ହଷ୍ଟେଲରୁ ଛାତ୍ର ନିଖୋଜ ଘଟଣା: ବିଦ୍ୟାଳୟ ଘେରିଲେ ଶତାଧିକ ମହିଳା

ଜଳେଶ୍ୱର, ୨୩।୭(ଡି.ଏନ.ଏ.)-ଜଳେଶ୍ୱର ସହର ବଡ଼ବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ହଷ୍ଟେଲରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ତଥା ଭୋଗରାଇ ଥାନା ଅଧିନ ହାଣ୍ଡିପଡ଼ା ଗ୍ରାମନିବାସୀ କାହ୍ନୁ ଦାସଙ୍କ ପୁଅ ଗୋବିନ୍ଦ ଦାସ (୧୩) ରବିବାର ସକାଳୁ ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା ନେଇ ସୋମବାର ପୂର୍ବାହ୍ନରେ ଭୋଗରାଇ ଅଞ୍ଚଳରେ ଥିବା ୧୦ରୁ ଊର୍ଦ୍ଧ୍ୱ ଏସ୍‌ଏଚ୍‌ଜି ଗ୍ରୁପ୍‌ର ଶତାଧିକ ମହିଳା ଉକ୍ତ ସ୍କୁଲରେ ପହଞ୍ଚତ୍ ସ୍କୁଲକୁ ବନ୍ଦ କରିବା ସହିତ ସମସ୍ତ ଶିକ୍ଷକଙ୍କଠାରେ ନିଖୋଜ ହୋଇଯାଇଥିବା ଛାତ୍ର ଗୋବିନ୍ଦଙ୍କୁ ଖୋଜିବା ପାଇଁ ଅଡ଼ି ବସିଥିଲେ। ଏହି ଛାତ୍ର ନିଖୋଜ ଘଟଣାକୁ ନେଇ ସ୍କୁଲ ତରଫରୁ ଜଳେଶ୍ୱର ଥାନାରେ ଏକ ଲିଖିତ ଅଭିଯୋଗ ଦିଆଯାଇଛି। ପୋଲିସ ଏକ ନାବାଳକ ଅପହରଣ ମାମଲା (ନଂ.୧୬୯/୧୯) ରୁଜୁ କରି ୨ ପୋଲିସ ଟିମ୍‌ ଗଠନ କରି ତଦନ୍ତ ଚଳାଇଛି। ଗୋଟିଏ ଟିମ୍‌କୁ ଭୁବନେଶ୍ୱର ଆଡ଼କୁ ଥିବା ପ୍ରମୁଖ ରେଳଷ୍ଟେଶନ ଓ ଅନ୍ୟ ଏକ ଟିମ୍‌କୁ କୋଲକାତା ଆଡ଼କୁ ଥିବା ପ୍ରମୁଖ ରେଳଷ୍ଟେଶନଗୁଡ଼ିକରେ ଖୋଜାଖୋଜି କରିବା ପାଇଁ ଆଇଆଇସି ପ୍ରଦୀପ କୁମାର ମାଝି ପଠାଇଛନ୍ତି । ଅପରପକ୍ଷରେ ବିଦ୍ୟାମନ୍ଦିରର ପ୍ରଧାନଶିକ୍ଷକଙ୍କ ସମେତ ଅନ୍ୟ ଶିକ୍ଷକ ତଥା କର୍ମଚାରୀମାନଙ୍କୁ ଥାନାକୁ ଡକାଇ ପୋଲିସ ପଚରାଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?