ହଷ୍ଟେଲରେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ

କେନ୍ଦୁଝର, ୧୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଯନ୍ତାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ରୋଷେୟା ଅସଦାଚରଣ କରିଛନ୍ତି। ଛାତ୍ରୀ ବିରୋଧ କରିବାରୁ ରୋଷେୟା ମାଡ଼ ମାରିଥିବା ଜଣାପଡ଼ିଛି। ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ଅଭିଯୋଗ ଆଧାରରେ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି।
ସୂଚନା ଅନୁଯାୟୀ, ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ବିଦ୍ୟାଳୟ ପରିସରରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ଏକ ହଷ୍ଟେଲ ରହିଛି। ୧୪ ଆଦିବାସୀ ବାଳିକା ଓ ୨୬ ବାଳକ ରହି ପାଠ ପଢ଼ୁଛନ୍ତି। ହଷ୍ଟେଲ ରୋଷେୟା ଭଗବାନ ବେହେରା ରବିବାର ରାତିରେ ଜଣେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଡାକି ଅସଦାଚରଣ କରିଥିଲେ। ଛାତ୍ରୀ ଜଣକ ପ୍ରତିବାଦ କରିବାରୁ ତାଙ୍କୁ ମାଡ଼ମାରି ଗେଟ୍‌ ବାହାରକୁ ବାହାର କରିଦେଇଥିଲେ। ଅନ୍ୟ ଛାତ୍ରୀଛାତ୍ର ନାବାଳିକାଙ୍କୁ ଉଦ୍ଧାର କରିଥିବା ବେଳେ ଛାତ୍ରୀ ଜଣକ ଭୟରେ ହଷ୍ଟେଲ ଗାଧୁଆଘରେ ଲୁଚିଥିଲେ। ପାଟିତୁଣ୍ଡ ଶୁଣି ଗ୍ରାମବାସୀ ପହଞ୍ଚିବାରୁ ରୋଷେୟା ଫେରାର ହୋଇଯାଇଥିଲେ। ବ୍ଲକ୍‌ ଶିକ୍ଷା ଅଧିକାରୀ ତୃପ୍ତିମୟୀ ପାତ୍ର କହିଛନ୍ତି, ଏବିଇଓଙ୍କୁ ପଠାଇ ତଦନ୍ତ କରାଯାଇଛି। ପ୍ରାଥମିକ ତଦନ୍ତରୁ ଘଟଣାର ସତ୍ୟତା ଜଣାପଡ଼ିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ଶିକ୍ଷା ଅଧିକାରୀ ଓ ଜିଲା ମଙ୍ଗଳ ବିଭାଗକୁ ରିପୋର୍ଟ କରାଯାଇଛି। ଘଟଣା ପରେ ଛାତ୍ରୀଛାତ୍ର ଭୟରେ ବିଦ୍ୟାଳୟ ଛାଡ଼ିବାକୁ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri