ହଷ୍ଟେଲ ଛାତରୁ ଡେଇଁଲେ ଛାତ୍ରୀ

ଦିଗପହଣ୍ଡି,୨୭ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ହଷ୍ଟେଲ ଛାତରୁ ଜଣେ ୯ମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତ ରାତିରେ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଛି। ବହୁ କଷ୍ଟରେ ହଷ୍ଟେଲ ପାଖରେ ଥିବା ଜଣେ ବ୍ୟକ୍ତିଙ୍କ ଘରେ ପହଞ୍ଚତ୍ଥିଲେ। ଖବର ପ୍ରଚାରିତ ହେବା ପରେ ସାହିବାସିନ୍ଦା ହଷ୍ଟେଲରେ କୌଣସି ଘଟଣା ଘଟିଥିବା ସନ୍ଦେହ କରି ଗ୍ରାମବାସୀଙ୍କ ସହାୟତାରେ ରାସ୍ତାରେ ଟାୟାର ଜାଳି ସକାଳ ସାଢ଼େ ୭ରୁ ୯ଟା ଯାଏ ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ପୋଲିସ ସହ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତେଜିତ ଲୋକଙ୍କୁ ବୁଝାଶୁଝା
କରିବା ପରେ ଅବରୋଧ ହଟିଥିଲା।
ପ୍ରକାଶ ଯେ, ପାରଳାଖେମୁଣ୍ଡି ଅଞ୍ଚଳର ଜଣେ ଛାତ୍ରୀ ଉକ୍ତ ହଷ୍ଟେଲରେ ରହି ପଢୁଛନ୍ତି। ଆସନ୍ତା ୩ ତାରିଖରେ ତାଙ୍କ ଜନ୍ମଦିନ। ଦେହ ଭଲ ନ ଥିବାରୁ ସେ ଘରକୁ ଯିବା ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ କହିଥିଲେ। କିନ୍ତୁ ଛୁଟି ନ ଦେବାରୁ ଏଭଳି ନିଷ୍ପତ୍ତି ନେଇଥିବା ଛାତ୍ରୀ ଜଣକ ପୋଲିସକୁ କହିଛନ୍ତି। ଛାତ୍ରୀଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟାରେ ତହସିଲଦାର, ବିଡିଓ ହଳଧର ଶବର, ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ଥାନାଧିକାରୀ ବସନ୍ତ କୁମାର ସେଠୀ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ପହଞ୍ଚତ୍ ଛାତ୍ରୀଙ୍କ ମା’ ଓ ଶିକ୍ଷାନୁଷ୍ଠାନ ପରିଚାଳନା କମିଟି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ପରେ ହଷ୍ଟେଲ କୋଠାକୁ ଯାଇ ସବିଶେଷ ତଦନ୍ତ କରି ଫେରିଛନ୍ତି। ଶିକ୍ଷାନୁଷ୍ଠାନ ପରିଚାଳନାରେ ଗୁରୁତର ଅନିୟମିତତା କରାଯାଉଥିବା ଜନସାଧାରଣ କହିିବା ସହ ତଦନ୍ତ ପାଇଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ସମସ୍ତ ଅଭିଯୋଗକୁ ଶିକ୍ଷାନୁଷ୍ଠାନ ପରିଚାଳନା କର୍ତ୍ତୃପକ୍ଷ ମାନଗଢା ଓ
ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri