ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ଆତ୍ମାହୁତି ଆନ୍ଦୋଳନ ପ୍ରତ୍ୟାହୃତ କଲେ ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବିଭିନ୍ନ ଦାବି ପୂରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବି ପୂରଣ ନ ହେଲେ ସେ ଦାରୁଠେଙ୍ଗ ଏବଂ ଜଟଣୀର ୨୭ଟି ଗ୍ରାମର ବାସିନ୍ଦାଙ୍କ ସହ ନବୀନ ନିବାସ ସମ୍ମୁଖରେ ଜାନୁୟାରୀ ୨୭ରେ ସମୂହ ଆତ୍ମାହୁତି ଦେବେ ବୋଲି କହିଥିଲେ। ହେଲେ ମୁଖ୍ୟମନ୍ତ୍ରୀ ଗୁରୁବାର ଦାବିଗୁଡ଼ିକୁ ବିଚାରକୁ ନେଇ କାର୍ଯ୍ୟ ସମ୍ପାଦନ କରିବା ଲାଗି ପ୍ରତିଶ୍ରୁତି ଦେଇଛନ୍ତି। ସଚିବାଳୟରେ ଉଭୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହେବା ପରେ ଦାବିଗୁଡ଼ିକର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଶୁକ୍ରବାର ସୁର କହିଛନ୍ତି।

ଭୁଲରେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଥିବା ଜଟଣୀର ୨୭ଟି ଗ୍ରାମର ସ୍ଥିତିବାନ ସମ୍ପତ୍ତିର ମାଲିକାନା ସ୍ବତ୍ୱ ଅଞ୍ଚଳବାସୀଙ୍କୁ ଫେରାଯିବ। ଦାରୁଠେଙ୍ଗରେ ଥିବା ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରି ସେଠାରେ ଏକ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ଭୁବନେଶ୍ୱରର ପ୍ରତ୍ୟେକ ଓ୍ବାର୍ଡରେ ଡମ୍ପିଂୟାର୍ଡ ବ୍ୟବସ୍ଥା କରାଯିବ। କପିଳେଶ୍ୱର ମନ୍ଦିର ଚତୁଃପାର୍ଶ୍ୱର ଉନ୍ନତି କରିବା ସହ କେନାଲ ରାସ୍ତାକୁ ଚାରିଟିକିଆ ରାସ୍ତାରେ ପରିଣତ କରାଯିବ। ଏଥିସହ କପିଳେଶ୍ୱର-ଜଟଣୀ ରାସ୍ତା, ଜଟଣୀ ତଳଖେଦାଠାରୁ ହରିଭାଇନା ଛକ, କେରଙ୍ଗଠାରୁ ହଳଦିଆ ଭାୟା ଟାଙ୍ଗିଆପଡ଼ା ରାସ୍ତା, ଜଟଣୀ ଥାନା ଛକରୁ ତିରିମଲ ଭାୟା ବାଛେରା ପର୍ଯ୍ୟନ୍ତ ଚାରିଟିକିଆ ରାସ୍ତା ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଏଥିଯୋଗୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ସହ ସମୂହ ଆତ୍ମାହୁତିକୁ ସ୍ଥଗିତ ରଖାଗଲା ବୋଲି ସୁର କହିଛନ୍ତି।

ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ମନୋରଞ୍ଜନ ଦାଶ, ମାନସ ଆଚାର୍ଯ୍ୟ, ପ୍ରକାଶ ମିଶ୍ର, ରସିକ ପଟ୍ଟନାୟକ, ତରୁଣ ମିଶ୍ର, ଦୀପକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri