Posted inଜାତୀୟ

ହସ୍ପିଟାଲର ଲମ୍ବା ବିଲ୍‌: କରୋନା ରୋଗୀଙ୍କୁ ଦେବାକୁ ପଡିଲା ୧୨ ଲକ୍ଷ ଟଙ୍କା

ସୁରଟ,୧୦।୬: କରୋନା ସଙ୍କଟବେଳେ ଡାକ୍ତରମାନେ ଯୋଦ୍ଧା ଭାବରେ ପ୍ରଶଂସିତ ହେଉଛନ୍ତି। ଗୁଜରାଟରେ ଏକ ବେସରକାରୀ ଡାକ୍ତରଖାନାରେ କରୋନା ପଜିଟିଭ ରୋଗୀଙ୍କଠାରୁ ୧୨ଲକ୍ଷରୁ ଅଧିକ ଟଙ୍କା ସଂଗ୍ରହ କରାଯାଇଛି। ସୁରଟର ଝାପା ବଜାର ଅଞ୍ଚଳରେ ରହୁଥିବା ୫୦ ବର୍ଷୀୟ ଗୁଲାମ ହାଇଦର ଶେଖଙ୍କୁ ଥଣ୍ଡା ଏବଂ କାଶ ହୋଇଥିଲା। କରୋନା ଭାଇରସର ଲକ୍ଷଣ ଆଶଙ୍କାରେ ଗୁଲାମ ସୁରଟର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଏହାପରେ ଡାକ୍ତରମାନେ ଗୁଲାମଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖିବାକୁ ପଡ଼ିବ ବୋଲି କହିଥିଲେ। ଡାକ୍ତରମାନେ ତାଙ୍କ କରୋନା ଟେଷ୍ଟ କରିବା ପରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ୪୮ ଘଣ୍ଟା ମଧ୍ୟରେ ତାଙ୍କ ଦ୍ୱିତୀୟ କରୋନା ରିପୋର୍ଟ ନେଗେଟିଭ୍‌ ଆସିଥିଲା। ଏହି ସମୟ ମଧ୍ୟରେ ଗୁଲାମଙ୍କୁ ଡାକ୍ତରଖାନାର ଆଇସୋଲେସନ୍‌ ୱାର୍ଡରେ ରଖାଯାଇଥିଲା। ସେଠାକୁ ପରିବାର ସଦସ୍ୟଙ୍କୁ ଭେଟିବାକୁ ଅନୁମତି ଦିଆଯାଇ ନ ଥିଲା। ଭିଡିଓ କଲିଂ କରି ସେମାନେ ରୋଗୀ ସହ କଥା ହେଉଥିଲେ। ଏହାପରେ ଡାକ୍ତରମାନେ ପରିବାର ଲୋକଙ୍କୁ ଗୁଲାମଙ୍କ ଫୁସଫୁସ ଖରାପ ଥିବା କଥା ମଧ୍ୟ କହିଥିଲେ। ୧୪ ଭେଣ୍ଟିଲେଟରରେ ରହିବା ପରେ ଶନିବାର ତାଙ୍କୁ ଡିସଚାର୍ଜ କରାଯାଇଥିଲା। କିନ୍ତୁ ବିଲ୍‌ ଦେଖି ପରିବାର ଲୋକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଚିକିତ୍ସା ପାଇଁ ତାଙ୍କଠାରୁ ୧୨.୨୩ ଲକ୍ଷ ଟଙ୍କା ଆଦାୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri