ହସ୍ପିଟାଲ ଆଇସୋଲେଶନରେ ୨୮

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣ ଉପରେ ସରକାର କଡ଼ା ନଜର ରଖିଛନ୍ତି। ରବିବାର ସୁଦ୍ଧା ଓଡ଼ିଶାରେ ୭୬ ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ସମସ୍ତ ରିପୋର୍ଟ ହସ୍ତଗତ ହୋଇଛି। ସେଥିରୁ ୨ଟି ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଆଉସବୁ ନେଗେଟିଭ ରହିଛି। ତେବେ ଚିହ୍ନଟ ୨ ଜଣଙ୍କୁ ହସ୍ପିଟାଲରେ ରଖି ଚିକିତ୍ସା କରାଯାଉଥିବାବେଳେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ଉଭୟ ହସ୍ପିଟାଲ୍‌ରେ ଦିଆଯାଉଥିବା ସାଧାରଣ ଖାଦ୍ୟ ଖାଉଛନ୍ତି। ଏମାନଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୬ଜଣ ଆସିଥିବା ତଥ୍ୟ ମିଳିଛି। ସେମାନଙ୍କ ମଧ୍ୟରୁ ୫୩ ଜଣଙ୍କ ସହ ଯୋଗାଯୋଗ କରାଯାଇଛି। ୨୮ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେଶନ୍‌ରେ ରଖାଯାଇଛି। ଅନ୍ୟ ୩ଜଣଙ୍କ ସହ ଯୋଗାଯୋଗ ପାଇଁ ଏବେବି ପ୍ରଚେଷ୍ଟା ଚାଲିଛି। ୯ଟି ମନିଟରିଂ ଟିମ୍‌ ଏଥିପାଇଁ କାର୍ଯ୍ୟ କରୁଛନ୍ତି। ଅନ୍ୟପକ୍ଷରେ ୩,୪୭୪ ଜଣ ୧୦୪ ହେଲ୍ପଲାଇନ୍‌ ଜରିଆରେ ପଞ୍ଜୀକରଣ କରିଛନ୍ତି ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହି ମାର୍ଗଦର୍ଶିକା ପାଳନ କରୁ ନ ଥିବା ଏବଂ ବିପଦପୂର୍ଣ୍ଣ କାର୍ଯ୍ୟକଳାପରେ ଜଡ଼ିତ ଥିବା ଅଭିଯୋଗରେ ବହୁ ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରାଯାଇଛି ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri