ହାଇଓ୍ବା ଲୁଟ୍‌ ଘଟଣା, ୨ ଟ୍ରକ୍‌ ଡ୍ରାଇଭର କୋର୍ଟ ଚାଲାଣ

ଧର୍ମଶାଳା/ଜେନାପୁର,୧୧।୧୨(ଡି.ଏନ୍‌.ଏ.)- ଜେନାପୁର ପୋଲିସ ମଙ୍ଗଳବାର ହାଇଓ୍ବା ଲୁଟ୍‌ ଅଭିଯୋଗରେ ୨ ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ପୋଲିସ ଚୋରି ହୋଇଥିବା ୨ ହାଇଓ୍ବା ମଧ୍ୟରୁ ଗୋଟିଏ ଜବତ କରିଥିବାବେଳେ ଅନ୍ୟଟିର ଡାଲା ଏବଂ ୧ ଲକ୍ଷ ଟଙ୍କା ଜବତ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ପୁରୀ ଜିଲା ଅନ୍ତର୍ଗତ କଣାସ ଥାନା ଅଧୀନ ନନ୍ଦରଗସ୍ତା ଗଡସେଣପୁର ଗ୍ରାମର ସନ୍ୟାସି ମହାରଣା(୨୪) ଓ ନିମାପଡ଼ା ଥାନା ଅଧୀନ ଢ଼େଇଗାଁ ଗ୍ରାମର ପ୍ରଭାକର ମଲ୍ଲିକ (୩୪)। ଏମାନେ ଗାଡି ୨ଟିକୁ ଚୋରିକରି ଲୁଟ୍‌ର ରୂପ ଦେଇଥିବା ପୋଲିସ ଆଗରେ ସ୍ବୀକାର କରିଥିବା ଜେନାପୁର ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯାଜପୁର ରୋଡ୍‌ ଏସ୍‌ଡିପିଓ ଚିନ୍ମୟ ନାୟକ ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତ ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ସାହାସାହା ଜାଦନ୍‌ ଓରଫ (ରାଜା)ଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି କହିଛନ୍ତି।
ପ୍ରକାଶ ଯେ, ଗତ ୫ ତାରିଖ ରାତିରେ ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥ ଚଢେଇଧରା ଛକ ନିକଟରୁ ୬ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୨ ହାଇୱା ଗାଡି ଲୁଟି ନେଇଥିବା ଶନ୍ୟାସୀ ଓ ପ୍ରଭାକର ଗାଡି ମାଲିକଙ୍କୁ ଜଣାଇଥିଲେ। ଏ ସମ୍ପର୍କରେ ୬ ତାରିଖରେ ଗାଡି ମାଲିକ ଜେନାପୁର ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ଏକ ମାମଲା (ନଂ. ୨୮୧/୧୯) ରୁଜୁ କରି ଥାନାଧିକାରୀ ସୁଶାନ୍ତ କୁମାର ଦାସ ଘଟଣାର ତଦନ୍ତ ଚଳାଇଥିଲେ। ତଦନ୍ତବେଳେ ଡ୍ରାଇଭର ଦ୍ୱୟଙ୍କୁ ଘଟଣା ସମ୍ପର୍କରେ ପଚାରିବାରେ ସେମାନଙ୍କ ବୟାନକୁ ନେଇ ପୋଲିସର ସନ୍ଦେହ ସୃଷ୍ଟି ହୋଇଥିଲା ା ଉଭୟ ଡ୍ରାଇଭରଙ୍କୁ ଥାନାରେ ଅଟକ ରଖି ପଚରାଉଚରା ବେଳେ ଗାଡି ୨ଟିକୁ ଚୋରି କରିବା ପରେ ରାଜାଙ୍କୁ ସାଢ଼େ ୩ ଲକ୍ଷ ଟଙ୍କାରେ ବିକ୍ରି କରିଥିବା ସ୍ବୀକାର କରିଥିଲେ। ଏହାପରେ ପୋଲିସ ରାଜାଙ୍କ କବାଡ଼ିଆ ଦୋକାନରେ ଚଢାଉକରି ୧ ହାଇଓ୍ବା ଜବତ କରିଥିବା ବେଳେ ଅନ୍ୟ ଏକ ହାଇଓ୍ବାର ଡାଲା ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri