ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲା କ୍ରିୟାନୁଷ୍ଠାନ କମିଟି

ବ୍ରହ୍ମପୁର ଅଫିସ୍‌, ୯ା୮-ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବ୍ରହ୍ମପୁରରୁ ଛତ୍ରପୁରକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାର ଏବଂ ଜିଲାପାଳଙ୍କ ପ୍ରସ୍ତାବକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବ୍ରହ୍ମପୁରର ବିଭିନ୍ନ ସଂଗଠନ ପକ୍ଷରୁ ଏହାକୁ ତୀବ୍ର ବିରୋଧ କରାଯାଉଛି। ଅନ୍ୟପଟେ ଏହି ପ୍ରସଙ୍ଗରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଗଞ୍ଜାମ ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି। ଜିଲାପାଳଙ୍କ ପ୍ରସ୍ତାବକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଡବ୍ଲୁପିସି ନଂ-୧୩୮୨୦/୧୯ରେ ଏକ ମାମଲା ରୁଜୁ କରାଯାଇଛି। ସ୍ଥିତାବସ୍ଥା ଜାରି କରିବା ପାଇଁ ପ୍ରାର୍ଥନା କରାଯାଇଛି। ଏଥିସହ ଜିଲାପାଳଙ୍କ ଚିଠି ରଦ୍ଦ କରିବା, ଡିପିସି କାର୍ଯ୍ୟାଳୟକୁ ଛତ୍ରପୁରରୁ ବ୍ରହ୍ମପୁରକୁ ସ୍ଥାନାନ୍ତର ସହ ଡିଇଓଙ୍କ କାର୍ଯ୍ୟାଳୟରେ ମିଶ୍ରଣ କରିବାକୁ ଆବେଦନ କରାଯାଇଥିବା ଗୁରୁବାର ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। କମିଟି ସମ୍ପାଦକ ସୁରେନ୍ଦ୍ର ପାଣିଗ୍ରାହୀ, ରାଜେନ୍ଦ୍ର ପଣ୍ଡା, ସୂର୍ଯ୍ୟନାରାୟଣ ଦାସ, ବାସୁଦେବ ସାହୁକାର, ଜଗନ୍ନାଥ ପାଢୀ, ରମେଶ ଚନ୍ଦ୍ର ସାହୁ, ଅବନୀ କୁମାର ଗୟା, ଶ୍ୟାମ ସୁନ୍ଦର ଖାଡ଼ଙ୍ଗା, ଗୁରୁ ଚରଣ ପାତ୍ର, ରଜନୀକାନ୍ତ ମଣ୍ଡଳ, ଗିରିଜା ଶଙ୍କର ଶତପଥୀ, କିଶୋର ପାତ୍ର, ହୃଷୀକେଶ ପାତ୍ର ଓ ସଞ୍ଜୀବ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଖବରଦାତା ସମ୍ମିଳନୀରେ କୁହାଯାଇଥିଲା, ଜିଲାର ଗ୍ରାମାଞ୍ଚଳଗୁଡ଼ିକରୁ ବ୍ରହ୍ମପୁରକୁ ବସ୍‌ ଯୋଗାଯୋଗ ସୁବିଧା ୮୫ପ୍ରତିଶତ ରହିଛି। ଛତ୍ରପୁରକୁ ମାତ୍ର ୧୫ପ୍ରତିଶତ ଯୋଗାଯୋଗ ସୁବିଧା ଅଛି। ଏଣୁ ବ୍ରହ୍ମପୁରରେ ହିଁ ଡିଇଓଙ୍କ କାର୍ଯ୍ୟାଳୟ ରହିବା ଉଚିତ। ଉକ୍ତ କାର୍ଯ୍ୟାଳୟ ଛତ୍ରପୁରକୁ ସ୍ଥାନାନ୍ତର ପାଇଁ ଜିଲାପାଳ ନିଜେ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏହାକୁ ବ୍ରହ୍ମପୁରର ବିଭିନ୍ନ ସଂଗଠନ ବିରୋଧ କରିଥିଲା। ଏଣୁ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଛତ୍ରପୁରର କେତେକ ସଂଗଠନର କର୍ମକର୍ତ୍ତାଙ୍କୁ ପ୍ରବର୍ତ୍ତାଉଛନ୍ତି। ବ୍ରହ୍ମପୁରରୁ ଛତ୍ରପୁରକୁ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଦାବି କରିବାକୁ କୁହାଯାଉଛି। ପ୍ରଶାସନ ବର୍ତ୍ତମାନ ଜିଲାକୁ ଦୁଇଭାଗରେ ବିଭକ୍ତ କରିବାକୁ ଚେଷ୍ଟା କରୁଛିି। ଯଦି ୨୪ଘଣ୍ଟା ମଧ୍ୟରେ ଜିଲାପାଳ ନିଜ ପ୍ରସ୍ତାବକୁ ପ୍ରତ୍ୟାହାର ନ କରନ୍ତି, ତେବେ ଜିଲାପାଳ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଆଶ୍ରୟ ନିଆଯିବ ବୋଲି ଖବରଦାତା ସମ୍ମିଳନୀରେ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri