ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବଦଳିଲା ପ୍ରସ୍ତୁତି: ମାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ିବ

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସ୍ତୁତିରେ କେତେକ ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ମୂଲ୍ୟାୟନ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯିବା ସହ କେନ୍ଦ୍ରର ୧୦ କିଲୋମିଟର ଦୂରରୁ ଆସୁଥିବା ଶିକ୍ଷକଙ୍କୁ ଚିହ୍ନଟ କରାଯିବ। ଏଥିସହ ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରାଯିବ। ୧୦ କିଲୋମିଟର ଦୂରରୁ କେତେ ଶିକ୍ଷକ ଆସୁଛନ୍ତି ଓ କେତେ ମୂଲ୍ୟାୟନ କେନ୍ଦ୍ର ରହିଛି ସେନେଇ ବିସ୍ତୃତ ତଥ୍ୟ ମଗାଯାଇଛି। ରାଜ୍ୟର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କ ସହ ଆଲୋଚନା ହୋଇଛି। ଅଧିକରୁ ଅଧିକ ମୂଲ୍ୟାୟନ କେନ୍ଦ୍ର ବଢ଼ାଇବା ପାଇଁ ବ୍ୟବସ୍ଥା ହେବ ଅର୍ଥାତ ମାଟ୍ରିକ ଖାତା ମୂଲ୍ୟାୟନ ପାଇଁ ଶିକ୍ଷୟିତ୍ରୀ ଶିକ୍ଷକମାନେ ଯେପରି ୧୦ କିମିରୁ ଅଧିକ ବାଟ ନ ଯିବେ ସେଥିପ୍ରତି ଦୃଷ୍ଟି ଦିଆଯିବ। ସେହିପରି ଖାତାଦେଖା ସମୟରେ କୋଭିଡ୍‌ ୧୯ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରାଯିବ। ତେବେ ଏନେଇ ଆସନ୍ତା ସୋମବାର ଦିନ ସମ୍ପୂର୍ଣ୍ଣ ଆଲୋଚନା ହୋଇ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନକୁ ନେଇ ହାଇକୋର୍ଟ କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ୧୦ କିଲୋମିଟର ଦୂରରୁ ଆସୁଥିବା ମୂଲ୍ୟାୟନକାରୀଙ୍କ ପାଇଁ ରହିବା ଓ ଖାଇବା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪...

ମାହାଙ୍ଗା ଡବଲ ମର୍ଡର ମାମଲା: ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ସମୟ ନେଲେ ପ୍ରତିପକ୍ଷ, ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ରେ

କଟକ,୧୬ା୪ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri