Posted inଜାତୀୟ

ହାଇକୋର୍ଟରେ ଓକିଲ-ପୋଲିସ ସଂଘର୍ଷ ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍‌ ହଜାରୀ ଜେଲ୍‌ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଏସ୍‌.ପି. ଗର୍ଗ ଏହି ମାମଲାର ତଦନ୍ତ କରିବେ ବୋଲି ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଏବଂ ଜଷ୍ଟିସ୍‌ ସି. ହରି ଶଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଗଣମାଧ୍ୟମ ରିପୋର୍ଟ ଆଧାରରେ ହାଇକୋର୍ଟ ନିଜଆଡୁ ମାମଲାକୁ ଶୁଣାଣି ପାଇଁ ଗ୍ରହଣ କରିଥିଲେ।
ଏଥିସହିତ ତଦନ୍ତ ସମୟରେ ସ୍ବତନ୍ତ୍ର କମିଶନର ସଞ୍ଜୟ ସିଂ ଏବଂ ଅତିରିକ୍ତ ଡିସିପି ହରିନ୍ଦର ସିଂଙ୍କୁ ବଦଳି କରିବା ଲାଗି ଖଣ୍ଡପୀଠ ଦିଲ୍ଲୀ ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଆଇନଜୀବୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଖଣ୍ଡପୀଠ ପକ୍ଷରୁ ସ୍ପଷ୍ଟ କରିଦିଆଯାଇଛି।
ଅପରାହ୍ଣରେ ତିସ୍‌ ହଜାରୀ କୋର୍ଟ କମ୍ପ୍ଲେକ୍ସରେ ପୋଲିସ ଓ ଆଇନଜୀବୀଙ୍କ ମଧ୍ୟରେ ସଂଘର୍ଷ ଘଟି ଅନେକ ପୋଲିସ ଓ ଆଇନଜୀବୀ ଆହତ ହୋଇଥିଲେ। ଏଥିସହିତ ୧୭ ଗାଡ଼ି ଭଙ୍ଗାରୁଜା କରାଯାଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ହୋଇଥିବା ଶୁଣାଣି ବେଳେ ଦିଲ୍ଲୀ ପୋଲିସ ଅଦାଲତଙ୍କୁ ଜଣାଇଥିଲେ। ଏହି ଘଟଣାରେ ଜଣେ ଏଏସ୍‌ଆଇଙ୍କୁ ନିଲମ୍ବିତ କରାଯିବା ସହ ଅନ୍ୟ ଜଣଙ୍କୁ ବଦଳି କରାଯାଇଛି। ସଂଘର୍ଷରେ ୨୧ ପୋଲିସ ଓ ୮ ଓକିଲ ଆହତ ହୋଇଥିବା ଦିଲ୍ଲୀ ପୋଲିସ ପକ୍ଷରୁ ଆଇନଜୀବୀ ରାହୁଲ ମେହରା କୋର୍ଟରେ କହିଥିଲେ। ତେବେ ଓକିଲମାନଙ୍କ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଥିଲା। ଅଧିକ ସଂଖ୍ୟାରେ ଓକିଲ ଆହତ ହୋଇଥିବା ସେମାନେ ଦର୍ଶାଇବା ସହ ପୋଲିସ ଗୁଳିରେ ଦୁଇଜଣ ଆହତ ହୋଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

ପାରଳାଖେମୁଣ୍ଡି,୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ…

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri