ହାଇକୋର୍ଟରେ ଜଜ୍‌ ଚୟନ ବିବାଦ: ୧୨ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ

କଟକ ଅଫିସ, ୪ା୭: ଜୁନ୍‌ ୧୭ରୁ ହାଇକୋର୍ଟ ବାର୍‌ ଆସୋସିଏଶନ ଆନ୍ଦୋଳନ ଚଳାଇଛି। ଆନ୍ଦୋଳନ ସ୍ବରୂପ ଓକିଲମାନେ ହାଇକୋର୍ଟର ନିର୍ଦ୍ଦିଷ୍ଟ କେତୋଟି କୋର୍ଟଙ୍କୁ ବର୍ଜନ କରି ଆସୁଛନ୍ତି। ଏହି ବର୍ଜନ କାର୍ଯ୍ୟ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଜୁଲାଇ ୧୨ରେ ପୁଣିଥରେ ସାଧାରଣ ପରିଷଦ ବୈଠକ ବସିବ। ବୈଠକର ନିଷ୍ପତ୍ତି ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି କହିଛନ୍ତି। ବୁଧବାର ହାଇକୋର୍ଟ ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନାଥାଉ କି, ହାଇକୋର୍ଟ ବାହାରୁ ଜଜ୍‌ ଚୟନ କରାଯାଇଥିବା ଅଭିଯୋଗ କରି ହାଇକୋର୍ଟ ବାର୍‌ ପକ୍ଷରୁ ହାଇକୋର୍ଟର ୩ ଜଣ ବରିଷ୍ଠ ବିଚାରପତିଙ୍କ କୋର୍ଟକୁ ଜୁନ ୧୭ରୁ ବର୍ଜନ କରି ଆସିଛନ୍ତି। ଇତିମଧ୍ୟରେ ବାର୍‌ର ଏକ ପ୍ରତିନିଧି ମଣ୍ଡଳୀ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ଭେଟି ସେମାନଙ୍କ ଆପତ୍ତି ଅଭିଯୋଗ ଶୁଣାଇଥିଲେ। ଏହି କାର୍ଯ୍ୟରୁ ନିବୃତ୍ତ ରହିବାକୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ହାଇକୋର୍ଟ ବାର୍‌କୁ ପରାମର୍ଶ ଦେଇଥିଲେ। ମାତ୍ର ଏହାକୁ ବାର୍‌ ଗ୍ରହଣ କରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri