ହାଇକୋର୍ଟରେ ନବୀନ ନିବାସ ବିବାଦ ମାମଲା: ୨ମାସ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜସ୍ବ ସଚିବଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୦।୮: ନବୀନ ନିବାସକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି ସୋମବାର ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଏହାର ଶୁଣାଣି କରି ଆସନ୍ତା ୨ମାସ ମଧ୍ୟରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ରାଜସ୍ବ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କ ପକ୍ଷରୁ ଏ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ୧୯୯୨ରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଭୀମପୁର ମୌଜାରେ ଖାତା ନମ୍ବର ୭୪୦ ଓ ପ୍ଲଟ ନମ୍ବର ୧୨୦୦ରୁ ୧୦୦ଡେସିମିଲ ଜମି ଜ୍ଞାନ ପଟ୍ଟନାୟକଙ୍କ ନାମରେ ଅନୁମୋଦନ କରାଯାଇଥିଲା। ମାତ୍ର ୨୦୦୯ରେ ଉକ୍ତ ପ୍ଲଟ୍‌କୁ ଲାଗି ଥିବା ୧୨୦୦, ୧୨୦୧ ଓ ୧୨୨୨ ପ୍ଲଟ୍‌ର ୨ ଏକର ୩୩ ଡେସିମିଲ ଜମି ବେଆଇନ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କ ନାମରେ ଦାଖଲ ଖାରଜ (ମ୍ୟୁଟେଶନ) କରାଯାଇଛି, ଯାହା ଗଭର୍ନମେଣ୍ଟ ଗ୍ରାଣ୍ଟସ୍‌ ଆକ୍ଟ-୧୮୯୫କୁ ଉଲ୍ଲଂଘନ କରୁଛି। ଏହାପୂର୍ବରୁ ଆବେଦନକାରୀ ଏ ସମ୍ପର୍କରେ ରାଜ୍ୟପାଳ, ମୁଖ୍ୟ ଶାସନ ସଚିବ ଓ ରାଜସ୍ବ ସଚିବଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ସଂଗ୍ରାମ କେଶରୀ ମିଶ୍ର, ସରୋଜ ପାଢୀ ଓ ତାପସ ଦ୍ୱିବେଦୀ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?