ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ

କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି। ଦେବୋତ୍ତର ବିଭାଗ ପକ୍ଷରୁ ଗତ ଜାନୁୟାରୀ ମାସଠାରୁ ଏକ ଅନ୍ତରୀଣ ଟ୍ରଷ୍ଟବୋର୍ଡକୁ ପରିଚାଳନା ଦାୟିତ୍ୱ ଦିଆଯାଇଥିବାବେଳେ କୋର୍ଟ ଏହାଠାରୁ ସମସ୍ତ କ୍ଷମତା ଆସନ୍ତା ସେପ୍ଟେମ୍ବର ୧୧ତାରିଖ ପର୍ଯ୍ୟନ୍ତ କାଢି ନେଇଛନ୍ତି। ଆସନ୍ତା ୧୧ ତାରିଖରେ ଚୂଡ଼ାନ୍ତ ଶୁଣାଣି ହେବ ଓ ଏଥିରେ କୋର୍ଟ ଅନ୍ତରୀଣ ଟ୍ରଷ୍ଟବୋର୍ଡ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଜଣାଇବେ। ରାମମନ୍ଦିର ସେବା ସମିତି ଟ୍ରଷ୍ଟ ପକ୍ଷରୁ ରୁଜୁ ଏକ ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ଓ ଜଷ୍ଟିସ୍‌ ପ୍ରମଥ ପଟ୍ଟନାୟକଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି।
୧୯୬୯ ମସିହାରେ ଭୁବନେଶ୍ୱରସ୍ଥ ରାମମନ୍ଦିର ଛକଠାରେ ସରକାରୀ ଜମିକୁ ଲିଜ୍‌ ନେଇ ରାମମନ୍ଦିର ସେବା ସମିତି ଟ୍ରଷ୍ଟ ଏଠାରେ ମନ୍ଦିର ନିର୍ମାଣ କରିଥିଲା। ରାମମନ୍ଦିର ସେବା ସମିତି ହାତରେ ମନ୍ଦିର ପରିଚାଳନା ଦାୟିତ୍ୱ ରହିଥିଲା। ମାତ୍ର ଦେବୋତ୍ତର କମିଶନଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ଗତ ଜାନୁୟାରୀରେ ପୁରୁଣା ଟ୍ରଷ୍ଟକୁ ଭଙ୍ଗାଯାଇ ଏକ ଅସ୍ଥାୟୀ ଟ୍ରଷ୍ଟବୋର୍ଡ଼ ଗଠନ କରାଯାଇଥିଲା। ଏହାକୁ ବିରୋଧ କରି ରାମମନ୍ଦିର ସେବା ସମିତି ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ପୂର୍ବରୁ ହାଇକୋର୍ଟ ଫେବୃୟାରୀ ୨୨ରେ ସ୍ଥିତାବସ୍ଥା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri