ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ରଫିକ୍‌

କଟକ ଅଫିସ,୨୭ା୪: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ପୂର୍ବାହ୍ନ ୯ଟାରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ସ୍ବତନ୍ତ୍ର ଉତ୍ସବରେ ସାମାଜିକ ଦୂରତା ବଜାୟ ରଖାଯାଇଥିବା ବେଳେ ହାଇକୋର୍ଟର ସମସ୍ତ ବିଚାରପତି ଓ ରାଜ୍ୟର ଆଡ୍‌ଭୋକେଟ ଜେନେରାଲ ଉପସ୍ଥିତ ଥିଲେ। ସେହିଭଳି ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ମଧ୍ୟ ଉପସ୍ଥିତ ଥିଲେ। ରବିବାର ଜଷ୍ଟିସ୍‌ ରଫିକ୍‌ ଏକ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ତାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ସଞ୍ଜୁ ପଣ୍ଡା ଏବଂ ଅନ୍ୟମାନେ ସ୍ବାଗତ କରିଥିଲେ।
ସୂଚନାଯୋଗ୍ୟ, ଜଷ୍ଟିସ୍‌ ରଫିକ୍‌ ଏହା ପୂର୍ବରୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଓଡ଼ିଶା ହାଇକୋର୍ଟକୁ ତାଙ୍କର ବଦଳି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ୍‌ ଗତ ୧୮ତାରିଖରେ ସୁପାରିସ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମୋହର ବାଜିବା ପରେ ୨୩ତାରିଖରେ ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜଷ୍ଟିସ୍‌ ରଫିକ୍‌ ୨୦୦୬ ମେ’ରେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ହୋଇଥିଲେ। ପରେ ଦୁଇଥର ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି। ୨୦୧୯ ନଭେମ୍ବର ୧୩ ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri