ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’

କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସ୍ଥାନୀୟ ପୋଲିସ ଅସମର୍ଥ ହେଉଥିଲେ ପାରା ମିଲିଟାରି ଫୋର୍ସ ବା ଅର୍ଦ୍ଧ ସାମରିକ ବଳ ମୁତୟନ ପାଇଁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯିବ। ମଙ୍ଗଳବାର ଏଭଳି ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମ୍‌କୋର୍ଟ। ଓଡ଼ିଶା ହାଇକୋର୍ଟରେ ଆଇନଜୀବୀଙ୍କ ଆନ୍ଦୋଳନକୁ ନେଇ ଅଦାଲତଗୁଡିକରେ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ଦୂର କରିବାକୁ ସୁପ୍ରିମକୋର୍ଟ ଗୁରୁତ୍ୱର ସହ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଏଥିସହ ହାଇକୋର୍ଟଙ୍କଠାରୁ ଏ ସମ୍ପର୍କରେ ଜବାବ ରଖିବାକୁ ସରକାରୀ ଓକିଲ ୨ଦିନ ସମୟ ନେଇଛନ୍ତି। ଆସନ୍ତା ୨୪ତାରିଖରେ ମାମଲାର ପରିବର୍ତ୍ତୀ ଶୁଣାଣି ହେବ। ଓଡ଼ିଶା ହାଇକୋର୍ଟ ଆଇନଜୀବୀଙ୍କ ଦୀର୍ଘଦିନ ଆନ୍ଦୋଳନ ଉପରେ ସୁପ୍ରିମକୋର୍ଟ କ୍ଷୁବ୍ଧ ହେବା ସହ କିଛି ଲୋକଙ୍କ ସ୍ବାର୍ଥ ପାଇଁ ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବ ନାହିଁ ବୋଲି ମତ ରଖିଛନ୍ତି। ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍‌. ଯୋସେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେବା ସହ ଅଦାଲତକୁ ସଚଳ କରିବା ପାଇଁ ପୋଲିସର ସହାୟତା ନେବାକୁ ଓଡ଼ିଶା ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ ପୋଲିସ ସହାୟତା ନ ଦେଇପାରିଲେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳକୁ ମୁତୟନ କରି କୋର୍ଟ କାର୍ଯ୍ୟ ଆରମ୍ଭ କରିବା ଉଚିତ ବୋଲି ଖଣ୍ଡପୀଠ ମତ ରଖିଛନ୍ତି। ପିଏଲ୍‌ଆର୍‌ ପ୍ରୋଜେକ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ମହାନଦୀ କୋଲ୍‌ ଫିଲ୍ଡ ଲିମିଟେଡ୍‌ ମଧ୍ୟରେ ଚାଲିଥିବା ମାମଲାର ଶୁଣାଣି କରି ସୁପ୍ରିମକୋର୍ଟର ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ହାଇକୋର୍ଟରେ ଅଚଳାବସ୍ଥା ଯୋଗୁ ଉପରୋକ୍ତ ମାମଲା ପରିଚାଳନା ହୋଇ ପାରୁ ନଥିବା ପ୍ରସଙ୍ଗ ସୁପ୍ରିମକୋର୍ଟରେ ଉପସ୍ଥାପନ ହୋଇଥିଲା। ସୁପ୍ରିମକୋର୍ଟ ଏ ସମ୍ପର୍କରେ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri