ହାଇକୋର୍ଟ ବେଞ୍ଚ ପୁନଃସ୍ଥାପନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୧୬।୧: ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚର ପୁନଃ ସ୍ଥାପନ, ଦୀର୍ଘ ୧୫ମାସ ହେଲା ବନ୍ଦ ହୋଇପଡ଼ିଥିବା ଲୋୟର ସୁକତେଲ ପ୍ରକଳ୍ପର ନିର୍ମାଣ କାମ ତୁରନ୍ତ ଆରମ୍ଭ ଓ ବାଇପାସ୍‌ ରାସ୍ତା ନିର୍ମାଣ ଦାବିରେ ଆକ୍ସନ କମିଟି ପକ୍ଷରୁ ଦିଆଯାଇଥିବା ଦୁଇଦିନ ଧରି ବନ୍ଦ ଡାକରାର ଗୁରୁବାର ଦ୍ୱିତୀୟ ଦିନ। ବୁଧବାର ପରି ଆଜି ମଧ୍ୟ ବଲାଙ୍ଗୀର ଆକ୍ସନ କମିଟି ପକ୍ଷରୁ ସମସ୍ତ କେନ୍ଦ୍ରୀୟ ତଥା ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟ ବନ୍ଦ ରହିଥିବା ବେଳେ କଚେରି, ବ୍ୟାଙ୍କ, ବୀମା ଓ ଡାକ କାର୍ଯ୍ୟାଳୟ ବନ୍ଦ ରହିଛି। ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇ ବଲାଙ୍ଗୀରର ସମସ୍ତ ରାଜନୈତିକ ଦଳ, ବିଭିନ୍ନ ସଂଗଠନ କର୍ମକର୍ତ୍ତା ସକ୍ରିୟ ଭାବେ ସାମିଲ ହୋଇଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କମିଟି ଚେତାବନୀ ଦେଇଛି। ଏହି ଧାରଣାରେ ଆକ୍ସନ କମିଟିର ଆବାହକ ଗୋପାଲଜୀ ପାଣିଗ୍ରାହୀ, ନାଗରିକ କମିଟିର ସଭାପତି ବିକ୍ରମାନନ୍ଦ ବହିଦାର, ବାର୍‌ ଆସୋସିଏଶନ୍‌ର ସଭାପତି ଆଇନଜୀବୀ ପ୍ରମୋଦ ତ୍ରିପାଠୀ, ସମ୍ପାଦକ ଅମନ ନାଗ, ସିଭିଲ ସୋସାଇଟିର ସଭାପତି ନୀଳମଣି ମିଶ୍ର, ଆଇନଜୀବୀ ଶୁଭ୍ରାଂଶୁ ମିଶ୍ର ପ୍ରମୁଖ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?