ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ପାଟଣାଗଡ଼ ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ପାଟଣାଗଡ଼,୨୧।୬ (ଡି.ଏନ୍‌.ଏ.): ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ସ୍ଥାପନକୁ ନେଇ ଶୁକ୍ରବାରଠାରୁ ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ପାଟଣାଗଡ଼ ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ବିଗତ ୯ ମାସ ଧରି ସିଜ୍‌ୱାର୍କ କରାଯାଇଥିଲେ ସୁଦ୍ଧା ସରକାରଙ୍କ ଉଦାସୀନତା ଯୋଗୁ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପୁନଃସ୍ଥାପନ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇ ପାରିନାହିଁ। ଆଗାମୀ ୩୦ ତାରିଖ ସୁଦ୍ଧା ଯଦି ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରା ନ ଯାଏ ତେବେ ଆଗାମୀ ଦିନରେ ବିଧାନ ସଭା ଘେରାଉ କରାଯିବ ଏବଂ ପରବର୍ତ୍ତୀ ମୁହୂର୍ତ୍ତରେ ହାଇକୋର୍ଟ ମଧ୍ୟ ଘେରାଉ କରାଯିବ ବୋଲି ଓକିଲମାନେ କହିଛନ୍ତି। ପାଟଣାଗଡ଼ କୋର୍ଟ ପରିସରରେ ଥିବା ଉପ ଜିଲାପାଳଙ୍କ କାର୍ଯ୍ୟାଳୟ, ତହସିଲଦାରଙ୍କ କାର୍ଯ୍ୟାଳୟକୁ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯିବ ବୋଲି ସେମାନେ କହିଛନ୍ତି। କୋର୍ଟ ସମ୍ମୁଖରେ ତାଲା ଦେଇ ଓକିଲ ପିକେଟିଂ କରିଥିଲେ। ଓକିଲ ସଂଘ ସଭାପତି ବିପିନ ବିହାରୀ ପାଣିଗ୍ରାହୀ, ସମ୍ପାଦକ ସୁବାସ ଆଚାର୍ଯ୍ୟ, ଦର୍ପଗଞ୍ଜନ ପଟ୍ଟନାୟକ, ଆନନ୍ଦ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri