ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଜିଲା ଓକିଲ ସଂଘର ବିକ୍ଷୋଭ

ବରଗଡ ଅଫିସ,୨୩।୯: ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ବରଗଡ଼ ଜିଲାପାଳ ଅଫିସକୁ ଶୋଭାଯାତ୍ରାରେ ଯାଇ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଉପଜିଲାପାଳ ପ୍ରଭାସ କୁମାର ଡନସନା ସ୍ମାରକପତ୍ର ଗ୍ରହଣ କରିଥିଲେ। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହାଇକୋର୍ଟର ଆଉ ଏକ ବେଞ୍ଚ ସ୍ଥାପନ ଉଦ୍ୟମକୁ ଜିଲା ଓକିଲ ସଂଘ ସ୍ବାଗତ କରିଛି। ଅନ୍ୟପକ୍ଷରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସେଭଳି ଉଦ୍ୟମ ବିରୋଧରେ ହାଇକୋର୍ଟ ବାର୍‌ ଆସୋସିଏଶନ ମୁଖ୍ୟ ବିଚାରପତିଙ୍କ ଅଦାଲତ ବର୍ଜନ ଘଟଣାକୁ ଜିଲା ଓକିଲ ସଂଘ ନିନ୍ଦା କରି ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ସ୍ମାରକପତ୍ରରେ ଦାବି ହୋଇଛି। ଜିଲା ଓକିଲ ସଂଘର ଉପସଭାପତି ସରୋଜ କୁମାର ତ୍ରିପାଠୀ, ସାଧାରଣ ସମ୍ପାଦକ ହେମନ୍ତ କୁମାର ପୁରୋହିତଙ୍କ ନେତୃତ୍ୱରେ ସଂଘର ଅନ୍ୟ ପ୍ରତିନିଧିମାନେ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ଏହି ଦାବି ନେଇ ଆସନ୍ତା ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବରଗଡ଼ରେ ଅର୍ଥନୈତିକ ଅବରୋଧ ପାଇଁ ଜିଲା ଓକିଲ ସଂଘ ଘୋଷଣା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?