ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବ୍ୟବହାର ପାଇଁ ଡାକ୍ତରୀ ପରାମର୍ଶ ଜରୁରୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କୋଭିଡ୍‌-୧୯ ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ (ଏଚ୍‌ସିକ୍ୟୁ) ପରି ଔଷଧ ବାବଦରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଡାକ୍ତରଙ୍କ ବିନା ପରାମର୍ଶରେ ଏହି ଔଷଧ ବ୍ୟବହାର ନ କରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ରାଜ୍ୟ ସରକାରଙ୍କ ମୁଖପାତ୍ର(କୋଭିଡ୍‌-୧୯) ସୁବ୍ରତୋ ବାଗ୍‌ଚୀ ଗୁରୁବାର ଏହା କହିଛନ୍ତି। କରୋନା ଭୂତାଣୁ ସଂକ୍ରମଣକୁ ଦୃଢ଼ତାର ସହ ମୁକାବିଲା ପାଇଁ ସରକାର ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ସହ ଡାକ୍ତରଙ୍କ ସ୍ବତନ୍ତ୍ର ତାଲିମ ଉପରେ ଗୁରୁତ୍ୱ ଦେଉଛନ୍ତି। କରୋନା ସନ୍ଦିଗ୍ଧଙ୍କୁ ଆଇସିୟୁର ଆବଶ୍ୟକତା ପଡ଼ିଲେ କିପରି ଚିକିତ୍ସା କରାଯିବ, ସେ ନେଇ ବିଭିନ୍ନ ଜିଲାର ଡାକ୍ତରଙ୍କୁ ଏସ୍‌ସିବି ମେଡିକାଲ୍‌ କଲେଜ(କଟକ)ରେ ପ୍ରଶିକ୍ଷଣ ଦିଆଯାଉଛି ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ପ୍ରଦାନ କରି ବାଗ୍‌ଚୀ କହିଛନ୍ତି ଯେ, ବୁଧବାର ମଧ୍ୟରାତ୍ର ସୁଦ୍ଧା ରାଜ୍ୟରେ ୬୭୩୪ଟି କୋଭିଡ୍‌-୧୯ ନମୁନା ପରୀକ୍ଷା କରାଯାଇଛି। ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ନମୁନା ସଂଗ୍ରହରୁ ପଜିଟିଭ୍‌ ବ୍ୟକ୍ତିଙ୍କ ପ୍ରତିଶତ ହାର ମାତ୍ର ୦.୮୯ ରହିଛି। ପୂର୍ବରୁ ସଂକ୍ରମିତ ହୋଇଥିବା ୧୯ ଜଣ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରି ସାରିଛନ୍ତି। ଏଯାବତ୍‌ ଜଣେମାତ୍ର କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି ା ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୦ ରହିଛି। କେବଳ ଗୁରୁବାର ୧୧୯୭ଟି କୋଭିଡ୍‌-୧୯ ନମୁନା ପରୀକ୍ଷା କରାଯାଇଛି। ପରୀକ୍ଷା ସଂଖ୍ୟା ଦୃଷ୍ଟିରୁ ଏହା ବର୍ତ୍ତମାନ ସୁଦ୍ଧା ସର୍ବୋଚ୍ଚ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri