Posted inଖେଳ

ହାଇଦ୍ରାବାଦର ସହଜ ବିଜୟ

ହାଇଦ୍ରାବାଦ, ୧୮।୪ (ପି.ଟି.)- ଘରୋଇ ପରିବେଶରୁ ଫାଇଦା ଉଠାଇ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୩ତମ ମ୍ୟାଚ୍‌ରେ ଟେବୁଲ ଟପ୍ପର ଚେନ୍ନାଇ ସୁପର କିଙ୍ଗ୍ସକୁ ୧୯ଟି ବଲ ବାକିଥାଇ ୬ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ସ୍ଥାନୀୟ ରାଜୀବ ଗାନ୍ଧୀ ଆନ୍ତର୍ଜାତିକ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଏହି ଲୋ- ସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୫ ଉଇକେଟ ହରାଇ ୧୩୨ ରନ ସଂଗ୍ରହ କରିଥିଲା। ଜବାବରେ ହାଇଦ୍ରାବାଦ ୧୬.୫ ଓଭରରେ ୪ ଉଇକେଟ ହରାଇ ୧୩୭ ରନ କରି ବିଜୟ ହାସଲ କରିଥିଲା। ଏଥିସହ ହାଇଦ୍ରାବାଦ ୮ଟି ମ୍ୟାଚ୍‌ ଖେଳି ୪ ଲେଖାଏ ବିଜୟ ଓ ପରାଜୟ ସହ ୮ ପଏଣ୍ଟ ହାସଲ କରି ପଏଣ୍ଟ ତାଲିକାର ଗୋଟିଏ ସ୍ଥାନ ଉପରକୁ ଉଠି ପଞ୍ଚମ ସ୍ଥାନ ଅଧିକାର କରିଛି। ଅନ୍ୟପଟେ ପରାଜୟ ସତ୍ତ୍ୱେ ଚେନ୍ନାଇ ଶୀର୍ଷ ସ୍ଥାନ ବଜାୟ ରଖିଛି। ଚେନ୍ନାଇ ଏପର୍ଯ୍ୟନ୍ତ ୯ଟି ମ୍ୟାଚ୍‌ ଖେଳି ୭ ବିଜୟ ଓ ୨ ପରାଜୟ ସହ ତାଲିକାର ୧ ନମ୍ବର ସ୍ଥାନରେ ରହିଛି। ଦ୍ରୁତ ୫୦ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିବା ହାଇଦ୍ରାବାଦ ଓପନର ଡେଭିଡ ଓ୍ବାର୍ନର ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୩୩ ରନ ଛୋଟିଆ ଟାର୍ଗେଟର ପିଛା କରି ହାଇଦ୍ରାବାଦ ସହଜରେ ବାଜି ମାରିଥିଲା। ଦୁଇ ତାରକା ତଥା ବିସ୍ଫୋରକ ଓପନର ଜନୀ ବେୟାରଷ୍ଟୋ ଓ ଓ୍ବାର୍ନର ପୁଣିଥରେ ଦମ୍‌ଦାର ପ୍ରଦର୍ଶନ କରି ଦଳକୁ ଦୃଢ ମୁଳଦୁଆ ପ୍ରଦାନ କରିଥିଲେ। ଓପନିଂ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୩୪ ବଲରୁ ଦ୍ରୁତ ୬୬ ରନ ସଂଗ୍ରହ କରିଥିଲେ। ୨୫ ବଲରୁ ୧୦ ଚୌକା ସହ ଓ୍ବାର୍ନର ୫୦ରନର ଅର୍ଦ୍ଧଶତକୀୟ ପାଳି ଖେଳି ଦୀପକ ଚହରଙ୍କ ଦ୍ୱାରା ଆଉଟ ହୋଇଥିଲେ। ତେବେ ଏହାପରେ ଅଧିନାୟକ କେନ୍‌ ଓ୍ବିଲିୟମସନ ୩ ଓ ଅଲରାଉଣ୍ଡର ବିଜୟ ଶଙ୍କର ୭ ରନ କରି ଅଭିଜ୍ଞ ସ୍ପିନର ଇମ୍ରାନ ତାହିରଙ୍କ ଦ୍ୱାରା ଆଉଟ ହୋଇଥିଲେ। ଦୀପକ ହୁଦା ୧୩ ରନ କରିଥିବାବେଳେ କର୍ନ ଶର୍ମାଙ୍କ ଶିକାର ହୋଇଥିଲେ। ବେୟାରଷ୍ଟୋ ୪୪ଟି ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୩ ଛକା ସହ ୬୧ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ୟୁସୁଫ ପଠାନ ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ଚେନ୍ନାଇ ତରଫରୁ ତାହିର ୨, ଦୀପକ ଓ କର୍ନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଚେନ୍ନାଇ ଭଲ ଆରମ୍ଭ କରିଥିଲା। ତେବେ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ଦଳ ବଡ଼ ସ୍କୋର କରିପାରି ନ ଥିଲା। ନିୟମିତ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନୁପସ୍ଥିତି ଅନୁଭୂତ ହୋଇଥିଲା। ଓପନିଂ ଯୋଡିରେ ଶେନ ଓ୍ବାଟସନ ଓ ଫାଫ୍‌ ଡୁପ୍ଲେସି ୫୯ ବଲରେ ୭୯ ରନ ସଂଗ୍ରହ କରିଥିଲେ। ଓ୍ବାଟସନ ୩୧(୨୯ ବଲ, ୪ ଚୌକା) ଓ ଡୁପ୍ଲେସି ୪୫ (୩୧ ବଲ, ୩ ଚୌକା, ୩ ଛକା) ରନ କରି ଆଉଟ ହେବା ପରେ ବିପର୍ଯ୍ୟୟ ଆରମ୍ଭ ହୋଇଥିଲା। କାମଚଳା ଅଧିନାୟକ ସୁରେଶ ରାଇନା ୧୩ ବଲରୁ ୨ ଚୌକା ସହ ମାତ୍ର ୧୩ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୋଦର ଯାଦବ ୧ ରନ କରି ଆଉଟ୍‌ ହୋଇଥିବାବେଳେ ଉଇକେଟକିପର ବ୍ୟାଟ୍ସମ୍ୟାନ ସାମ ବିଲିଙ୍ଗ୍ସ ଖାତା ଖୋଲିବା ପୂର୍ବରୁ ପ୍ୟାଭିଲିୟନ ଫେରିଥିଲେ। ତେବେ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ୨୧ ବଲରୁ ୨ ଚୌକା ୨୫ ଓ ରବୀନ୍ଦ୍ର ଜାଡେଜା ୨୦ଟି ବଲ ଖେଳି ମନ୍ଥର ୧୦ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ହାଇଦ୍ରାବାଦ ତରଫରୁ ଆଫଗାନ ତାରକା ସ୍ପିନର ରସିଦ ଖାଁ ୨, ଖଲିଲ ଅହମ୍ମଦ, ଶାହାବାଜ ନଦିମ୍‌ ଓ ବିଜୟ ଶଙ୍କର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭରରେ ୧୩୨/୫
(ଡୁପ୍ଲେସି- ୪୫, ଓ୍ବାଟସନ- ୩୧, ରାୟୁଡୁ- ୨୫*, ରସିଦ- ୨/୧୭, ଖଲିଲ- ୧/୨୨, ନଦିମ୍‌- ୧/୨୪, ଶଙ୍କର- ୧/ ୧୧)।
ସନରାଇଜର୍ସ ହାଇଦ୍ରାବାଦ ୧୬.୫ ଓଭରରେ ୧୩୭/୪
(ବେୟାରଷ୍ଟୋ- ୬୧*, ଓ୍ବାର୍ନର- ୫୦, ତାହିର- ୨/୨୦, ଚହର- ୧/୩୧, କର୍ନ- ୧/୩୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri