Posted inଜାତୀୟ

ହାଇଦ୍ରାବାଦ ଏନ୍‌କାଉଣ୍ଟରରେ ପୋଲିସକୁ ଝଟ୍‌କା: ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି

ହାଇଦ୍ରାବାଦ,୧୧।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ହତ୍ୟାରେ ସାମିଲ ଥିବା ୪ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣା। ଏହି ମାମଲାର ଯାଞ୍ଚ କରିବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି। ବୁଧବାର କୋର୍ଟ ଉକ୍ତ ମାମଲାର ଶୁଣାଣି କରି ଏହି ରାୟ ଶୁଣାଇଛନ୍ତି। ତେବେ ଯାଞ୍ଚ ପାଇଁ ଏବେ ପର୍ଯ୍ୟନ୍ତ ବିଚାରପତିଙ୍କ ନାମ ଚୟନ କରାଯାଇ ନ ଥିବା ଜଣାପଡ଼ିଛି। ତେବେ ଏହାର ପରବର୍ତ୍ତି ଶୁଣାଣି ଗୁରୁବାର କରାଯିବ। ସୂଚନାଯୋଗ୍ୟ, ଗତ ଶୁକ୍ରବାର ହାଇଦ୍ରାବାଦରେ ଗଣବଳାତ୍କାର ଓ ହତ୍ୟାରେ ସାମିଲ ଥିବା ୪ଜଣ ଅଭିଯୁକ୍ତଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଥିଲା। ପୋଲିସର ଏହି କାର୍ଯ୍ୟକୁ କେତେକ ପ୍ରଶଂସା କରିଥିବା ବେଳେ ଆଉ କେତେଜଣ ପ୍ରଶ୍ନ ଉଠାଇଥିଲେ। ଏହାପରେ ସାଇବରାବାଦ ପୋଲିସଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଥିଲା। ଏଥିସହ ଏହି ମାମଲାର ଯାଞ୍ଚ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ଏସ୍‌ଆଇଟି ଗଠନ ପାଇଁ ମଞ୍ଜୁରୀ ଦେଇଥିଲେ। ରଚକୋଣ୍ଡାର ପୋଲିସ କମିଶନର ମହେଶ ଏମ୍‌ ଭାଗବତଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଥିବା ଟିମ୍‌ ଏନ୍‌କାଉଣ୍ଟର ସହ ଜଡିତ ଥିବା ସମସ୍ତ ତଥ୍ୟ ଉପରେ ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri