Categories: ଜାତୀୟ

ହାଇଦ୍ରାବାଦ ଗଣବଳାତ୍କାର ମାମଲା: ପୋଲିସ ଏନକାଉଣ୍ଟରରେ ୪ ଅଭିଯୁକ୍ତ ମୃତ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ୪ ମୁଖ୍ୟ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଘଟଣାର ଅଧିକ ତଦନ୍ତ ନିମନ୍ତେ ସମସ୍ତ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଘଟଣାସ୍ଥଳକୁ ନିଆଯାଇଥିଲା। ହେଲେ ସେଠାରୁ ସେମାନେ ଫେରାର ହୋଇଯିବାକୁ ଉଦ୍ୟମ କରିଥିଲେ। ଫଳରେ ପୋଲିସ ସେମାନଙ୍କୁ ଧରିବା ପାଇଁ ଗୁଳି ଚଳାଇଥିଲା। ମହିଳା ଡାକ୍ତରଙ୍କ ମୃତଦେହ ଚେତନାପାଲି ଓଭରବ୍ରିଜ ତଳୁ ମିଳିଥିବା ବେଳେ ଉକ୍ତ ଓଭରବ୍ରିଜ ଉପରେ ହିଁ ଅଭିଯୁକ୍ତମାନଙ୍କୁ ଏନକାଉଣ୍ଟର କରାଯାଇଛି। ସେମାନେ ହେଲେ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁ। ସୂଚନାଯୋଗ୍ୟ ଯେ, କିଛିଦିନ ତଳେ ଶାମସାବାଦଠାରେ ଭେଟରିନାରୀ ମହିଳା ଡାକ୍ତରଙ୍କୁ ୪ ଜଣ ଯୁବକ ସାହାଯ୍ୟ କରିବା ନାଁରେ ଗଣବଳାତ୍କାର କରିବା ପରେ ପୋଡି ମାରି ଦେଇଥିଲେ। ଅଭିଯୁକ୍ତଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

Share