ହାଇୱାକୁ ପଛପଟୁ ଧକ୍କା ଦେଲା ଅଟୋ: ଚାଲିଗଲା ୩ ଭଉଣୀଭାଇଙ୍କ ଜୀବନ

ସମ୍ବଲପୁର,୪।୬(ବ୍ୟୁରୋ): ସମ୍ବଲପୁର-ରାଉରକେଲା ୧୦ ନମ୍ବର ରାଜ୍ୟ ରାଜପଥ ବିଜୁ ଏକ୍ସପ୍ରେସ ୱେର ପ୍ରଧାନପାଲି ଏଲ୍‌ଆଣ୍ଡଟି ଟୋଲ୍‌ ପ୍ଲାଜା ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ପରିବାରର ୩ ଭଉଣୀଭାଇଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କଳାହାଣ୍ଡି ଜିଲା କେସିଙ୍ଗା ଥାନା ଭମରମାଲ ଗ୍ରାମର ପୁନମ ବାଗ, ନେମସିକା ବାଗ, ବେଣୁଧର ବାଗ। ସମ୍ବଲପୁର ଶାସନସ୍ଥିତ ନୂଆଖୁରିଗାଁ ସାଲେଶ୍ୱର ରାଇସ୍‌ ମିଲରେ କାମ କରୁଥିବା ଶ୍ରମିକ ପରିବାର ଦଶାହ କାର୍ଯ୍ୟରେ ଯୋଗଦେବାକୁ ନିଜ ଗାଁ ଭମରମାଲକୁ ଯାଉଥିଲେ। ପରିବାର ଏକ ଅଟୋ ନଂ.ଓଡି ୩୧ଜି ୧୮୮୨ ଯୋଗେ ରାଇସମିଲରୁ ସମ୍ବଲପୁର ଷ୍ଟେସନକୁ ଟ୍ରେନ ଧରିବା ପାଇଁ ଯାଉଥିଲେ। ଟୋଲପ୍ଲାଜା ନିକଟରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ହାଇୱା ଜେଏଚ ୧୦ ବିଟି ୮୬୭୭କୁ ପଛପଟୁ ଅଟୋ ଧକ୍କା ଦେଇଥିଲା। ଫଳରେ ସମସ୍ତେ ଗୁରୁତର ଆହତ ହୋଇଥିଲେ। ଶାସନ ପୋଲିସ, ଟୋଲ୍‌ ପ୍ଲାଜା କର୍ମଚାରୀ ଓ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ବୁର୍ଲା ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଅନ୍ୟ ୬ଜଣ ବୈଧେଇ ବାଗ, ପୂର୍ବୀ ବାଗ, ଜୟନ୍ତୀ ବାଗ, ବାଦଲ ବାଗ, ପିଙ୍କି ସିକା, ଅଟୋ ଚାଳକ ଝରଘାଟି ଗ୍ରାମର ରାକେଶ ପାଣିଗ୍ରାହୀ ବୁର୍ଲା ଡାକ୍ତରଖାନାରେ ଚିିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଟୋ ସହିତ ହାଇୱାକୁ ଜବତ କରିଛି। ହାଇୱା ଡ୍ରାଇଭରକୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri