Posted inରାଜ୍ୟ

ହାଓଡ଼ାରେ ଦୁର୍ଘଟଣା: ୪ ଓଡ଼ିଆ ମୃତ

ଭଦ୍ରକ ଅଫିସ, ୧୮।୭ : ପଶ୍ଚିମବଙ୍ଗର ହାଓଡ଼ା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ କ୍ରିକେଟ ଖେଳାଳିଙ୍କ ସମେତ ୪ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକମାନେ ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧା ଜିଲାର। ସେମାନେ ମଙ୍ଗଳବାର ଅପରାହ୍ନରେ ଏକ ବିବାହ ଭୋଜିରେ ଯୋଗଦେବାକୁ କାର୍‌ ଯୋଗେ କଲିକତା ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଏକ ଟ୍ରେଲର ଚକ ତଳେ କାର୍‌ ପଶିଯାଇଥିଲା। ମୃତକଙ୍କ ମଧ୍ୟରେ ଭଦ୍ରକ କୁଅଁାସ ଅଞ୍ଚଳର ଦିଗ୍‌ବିଜୟ ଦାସ(୩୫) ଓରଫ୍‌ ଦୀପୁ ଓ ଅନ୍ୟ ଜଣେ ଯାଜପୁର ଜିଲା ବିଞ୍ଝାରପୁର ବାସିନ୍ଦା ମନୋଜ ମହାନ୍ତି, ଭୁବନେଶ୍ୱର ଚନ୍ଦକା ଅଞ୍ଚଳର ଦିଲୀପ କୁମାର ନାୟକ ଓ ଶହୀଦନଗରର ପି. ତେଜେଶ୍ୱର ରାଓ ବୋଲି ଜଣାପଡ଼ିଛି। ଏହି ୪ ମୃତଦେହକୁ ପଶ୍ଚିମବଙ୍ଗ ପୋଲିସ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ପରେ ହସ୍ତାନ୍ତର କରିଛି। ଏହି ଖବର ପହଞ୍ଚିବା ପରେ ଭଦ୍ରକର କୁଆଁସ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଗୁରୁତର ଥିତ୍ବା ଖୋର୍ଦ୍ଧା ଅଞ୍ଚଳର କ୍ରିଷ୍ଣା ରାଓଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଢୁଲାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ଦିଗ୍‌ବିଜୟ ଜଣେ ଜିଲାସ୍ତରୀୟ କ୍ରିକେଟ ଖେଳାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri