ହାଜତରେ ମଦ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:୫ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୨୦।୯ (ସ୍ବ.ପ୍ର):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ହାଜତରେ ମଦ ବ୍ୟବସାୟୀ ସୁଶାନ୍ତ ବେହେରାଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସୁଶାନ୍ତ ଚୋରା ମଦ କାରବାର କରୁଥିବା ଅଭିଯୋଗରେ ପୋଲିସ ବୁଧବାର ତାଙ୍କୁ ଘରୁ ଉଠାଇ ଆଣିଥିଲା। ମାତ୍ର ଥାନା ହାଜତରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁଶାନ୍ତଙ୍କ ସ୍ତ୍ରୀ ଚିନ୍ମୟୀ ଏ ନେଇ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ୩୦୨/୧୯ ନଂ.ରେ ଏକ ମାମଲା ରୁଜୁ ହୋଇଛି। ତେବେ ଏହି ଘଟଣା ପ୍ରତିବାଦରେ ବୁଧବାର ସନ୍ଧ୍ୟାରୁ ଗ୍ରାମବାସୀ ଥାନା ଘେରାଉ ସହ ଧାରଣା ଦେଇଥିବା ବେଳେ ରାତି ପ୍ରାୟ ୧ଟା ପର୍ଯ୍ୟନ୍ତ ଏହା ଚାଲିଥିଲା। ଏଣୁ ରାତି ୧ଟା ବେଳେ କେନ୍ଦ୍ରାପଡ଼ା ଜିଲାପାଳ ବର୍ମା ଘଟଣାସ୍ଥଳରେ ପହଞ୍ଚତ୍ ସୁଶାନ୍ତଙ୍କ ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ। ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ମୃତକଙ୍କ ପରିବାରକୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ଜିଲାପାଳପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଅପରପକ୍ଷେ ମଙ୍ଗଳାବାଗ ପୋଲିସ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ କଟକ ବଡ଼ ମେଡିକାଲରେ ସୁଶାନ୍ତଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଏହି ସମୟର ଭିଡିଓ ରେକଡିଂ ମଧ୍ୟ କରାଯାଇଥିବା ଜଣାପଡ଼ିଛି। ସାନଭାଇ ପ୍ରଶାନ୍ତଙ୍କୁ ମୃତଦେହ ହସ୍ତାନ୍ତର କରାଯିବା ପରେ ପୁରୀ ସ୍ବର୍ଗଦ୍ୱାରଠାରେ ସୁଶାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏ ନେଇ ଏନ୍‌ଏଚ୍‌ଆର୍‌ସିରେ (ନଂ- ୧୧୪୧୪/ଆଇଏନ/୨୦୧୯)ରେ ଏକ ମାମଲା ରୁଜୁ ହୋଇଛି। ସୂଚନାଥାଉ କି, ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ସୁଶାନ୍ତଙ୍କ ବାପା ନିତ୍ୟାନନ୍ଦଙ୍କୁ ନେଇ କଟକ ମେଡିକାଲକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri