ହାଜର ହେଲେ ୮ ଖଣି ମାଲିକ

କେନ୍ଦୁଝର, ୭ା୭ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଖିଲାପୀ ଖଣି ସଂସ୍ଥାଙ୍କ ସମ୍ପତି ବାଜ୍ୟାପ୍ତି ମାମଲାରେ ଶନିବାର ୮ ଖଣି ସଂସ୍ଥା ହାଜର ହୋଇଥିଲେ ା ସୁପ୍ରିମ କୋର୍ଟଙ୍କ ଆଦେଶ କ୍ରମେ ୩୧ ଖଣିର ୨୩ ଜଣ ଖଣିସଂସ୍ଥା ବିରୋଧରେ ଜରିମାନା ଅର୍ଥ ପୈଠ କରିବାକୁ ନୋଟିସ ଜାରି ହୋଇଥିଲା। ଏହି ଖଣି ସଂସ୍ଥା ଉପରେ ୬୩୫୦ କୋଟି ଟଙ୍କା ଜରିମାନା ଆଦାୟ କରିବା ଜିଲାପାଳଙ୍କ କୋର୍ଟରେ ସାର୍ଟିଫିକେଟ ମାମଲା ଚାଲିଛି। ଜରିମାନା ପୈଠ ନ କଲେ ସମ୍ପତ୍ତି ବାଜ୍ୟାପ୍ତି ହେବ। ଶନିବାର ଶୁଣାଣି କରି ୫ ଖଣି ସଂସ୍ଥାର ମାମଲା ଚୂଡାନ୍ତ କରିଛନ୍ତି। ଜିଲାପାଳ ଆଶିଷ ଠାକରେ ଖଣି ମାମଲାର ଶୁଣାଣି କରି ଏଚ.ଜି ପାଣ୍ଡିଆ, ଗନ୍ଧମାର୍ଦ୍ଦନ ସ୍ପଞ୍ଜ ଆଇରନ ଲିଃ, ଟି.ବି.ଲାଲ, ଭଞ୍ଜ ମିନେରାଲସ, ଏସ.ସି.ପାଢୀଙ୍କୁ ଆସନ୍ତା ଜୁଲାଇ ୨୦ ତାରିଖ ସୁଦ୍ଧା ଜରିମାନା ଅର୍ଥ ପୈଠ କରା ନ ଗଲେ ଓାରେଣ୍ଟ ଜାରି କରିବା ସହ ସମ୍ପତ୍ତ ବାଜ୍ୟାପ୍ତି କରିବାକୁ ତହସିଲକୁ କୁହାଯିବ ବୋଲି ଆଦେଶ ହୋଇଛି। ସୁପ୍ରିମ କୋର୍ଟରେ ବିଚାରଧୀନ ଥିବାରୁ ମାଲା ରାୟର ମାମଲା ଅଗଷ୍ଟ ୩ରେ ପରବର୍ତ୍ତୀ ଶୁଣାଣି କରାଯିବ। ବିସି ଦେବର କେନ୍ଦ୍ର ଖଣି ଓ ଇସ୍ପାତ ବିଭାଗରେ ଅପିଲ ବିଚାରଧୀନ ଥିବାରୁ ପରବର୍ତ୍ତୀ ଶୁଣାଣି ଆସନ୍ତା ଅଗଷ୍ଟ ୧୭ ତାରିଖକୁ ଧାର୍ଯ୍ୟ କରାଯାଇଛି ା ଏସ.ଏନ.ଦାସ ମହାପାତ୍ର ହାଇକୋର୍ଟରେ ଅପିଲ କରିଥିବାରୁ ପରବର୍ତ୍ତୀ ଶୁଣାଣି ଆସନ୍ତା ଜୁଲାଇ ୨୬ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri