ହାଜିପୁର ମଣ୍ଡଳ ଭାଜପାର ସାଙ୍ଗଠନିକ ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନିଷ୍ପତ୍ତି

ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର ନୂତନ ସଭାପତି ସୁଦର୍ଶନ ପଣ୍ଡା ସଭାପତିତ୍ୱ କରିଥିଲେ। ମଣ୍ଡଳ ପ୍ରଭାରୀ ତଥା ଜିଲା କୃଷକମୋର୍ଚ୍ଚା ଉପସଭାପତି ବୈଷ୍ଣବ ଚରଣ ଜେନା, ଜିଲା ଉପସଭାପତି ସୁଧାକର ସ୍ବାଇଁ, ପୂର୍ବତନ ସଭାପତି ଶିଶିର ମହାନ୍ତି, ବନମାଳି ବେହେରା, ବନବିହାରି ଜେନା, ଦିପ୍ତୀପ୍ରସାଦ ପରିଜା ପ୍ରମୁଖ ଯୋଗଦେଇ(ସିଟିଜେନଶିପ୍‌ ଆମେଣ୍ଟମେଣ୍ଟ୍‌ ଆକ୍ଟ)ସିଏଏ ସପକ୍ଷରେ ଆଲୋଚନା କରିଥିଲେ। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ସିଏଏ ଲୋକସଭା ଓ ରାଜ୍ୟ ସଭାରେ ପରିତ ହୋଇଥିବାରୁ ଏହାର ଜନହିତକର ଉଦେଶ୍ୟ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ ନିଷ୍ପତ୍ତି ହୋଇଥିଲା। ବାମଦେବ ମଲ୍ଲିକ, ତୋଫାନ ବିଶ୍ୱାଳ, ସନାତାନ ନାଥ, କୈଳାସ ଚନ୍ଦ୍ର ବେହେରା, ପ୍ରଭାକର ସ୍ବାଇଁ, ଲକ୍ଷ୍ମୀଧର ସ୍ବାଇଁ, ଯୁଧିଷ୍ଠିର ମହାପାତ୍ର, ବନମାଳି ବେହେରା, ଜନ୍ମଜୟ ଚୌଧୁରୀ, ଧୋବେଇ ପ୍ରଧାନ, ଜ୍ଞାନରଞ୍ଜନ ଦାସ, କାଞ୍ଚନ ଭୋଇ, ସୁଦାମ ଚରଣ ପ୍ରଧାନ, ଶରତ ଚନ୍ଦ୍ର ସ୍ବାଇଁ, ରତନ ପ୍ରସାଦ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri