ହାଟକୁ ଡାକି ନେଇ ସ୍ତ୍ରୀଙ୍କୁ ହତ୍ୟା

ଓଡ଼ାପଡ଼ା, ୧୨ା୧୧ (ଡି.ଏନ.ଏ.)- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଶ୍ରୀଡ଼ିହ ଗ୍ରାମର ସାବିତ୍ରୀ ଭୋଇ (୩୨) ନିଖୋଜ ଘଟଣାର ସୋମବାର ପର୍ଦ୍ଦାଫାସ ହୋଇଛି। ଅଭିଯୁକ୍ତ ସ୍ବାମୀ ବିରଞ୍ଚତ୍ ଭୋଇ (୩୭) ହିଁ ସ୍ତ୍ରୀଙ୍କ ହତ୍ୟାକାରୀ ଏବଂ ଏହି ହତ୍ୟାକାଣ୍ଡ ପଛର କାରଣ ଚରିତ୍ରକୁ ନେଇ ସନ୍ଦେହ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ କରିଛି। ଅନ୍ୟପଟେ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ତଦନ୍ତ ପରିସର ବଢ଼ାଇଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସାବିତ୍ରୀଙ୍କ ଚରିତ୍ରକୁ ନେଇ ବିରଞ୍ଚତ୍ ସନ୍ଦେହ କରି ଆସୁଥିଲେ। ତାଙ୍କୁ ହତ୍ୟା କରିବାକୁ ସେ ପ୍ରସ୍ତୁତ କରିଥିଲେ ବ୍ଲୁ-ପ୍ରିଣ୍ଟ। ଗତ ୪ ତାରିଖରେ ବିରଞ୍ଚତ୍ ସ୍ତ୍ରୀ ସାବିତ୍ରୀଙ୍କୁ ନେଇ ହାଟକୁ ଯାଇଥିଲେ। ରାଣୀବଣିଆ ନିକଟ ଏକ ନିଛାଟିଆ ସ୍ଥାନରେ ପୂର୍ବ ଯୋଜନା ଅନୁଯାୟୀ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଇଥିଲେ। ଘଟଣା ଘଟାଇ ସାରିବା ପରେ ହାଟରୁ ସ୍ତ୍ରୀ
ନିଖୋଜ ହୋଇଯାଇଥିବା ନେଇ ମୋଟଙ୍ଗା ଥାନାରେ ଅଭିଯୋଗ କରିଥିଲେ। ହେଲେ ଝିଅର ନିଖୋଜ ଘଟଣାକୁ ବିଶ୍ୱାସ କରି ନ ଥିଲେ ସାବିତ୍ରୀଙ୍କ ବାପା ଡମ୍ବରୁ ଭୋଇ। ଯୌତୁକ ଦାବିରେ ତାଙ୍କ ଝିଅକୁ ହତ୍ୟା କରିଥିବା ନେଇ ସେ ଥାନାର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ମାରାଥନ ଜେରାର ସମ୍ମୁଖୀନ ହୋଇ ନ ପାରି ଅଭିଯୁକ୍ତ ସବୁ ମାନିଯାଇଥିଲେ। ବିରଞ୍ଚତ୍ଙ୍କ ତଥ୍ୟ ଆଧାରରେ ସାବିତ୍ରୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା। ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର, ଥାନାଧିକାରୀ ନମିତା ନାୟକ ସାଇଣ୍ଟିଫିକ୍‌ ଦଳ ସହିତ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ଚରିତ୍ର ସନ୍ଦେହରେ ସ୍ବାମୀ ହାତରେ ସ୍ତ୍ରୀଙ୍କ ଜୀବନ ଯିବା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ସୂଚନାଯୋଗ୍ୟ, ବିରଞ୍ଚତ୍ଙ୍କ ବିବାହ ବମ୍ପା ଗ୍ରାମର ଡମ୍ବରୁ ଭୋଇଙ୍କ ଝିଅ ସାବିତ୍ରୀଙ୍କ ସହ ହୋଇଥିଲା। ପାରିବାରିକ ଅଶାନ୍ତି ଯୋଗୁ ସାବିତ୍ରୀ ଅଧିକାଂଶ ସମୟ ବାପ ଘରେ ରହି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri