ହାଟଡିହୀରେ ସ୍ବାଧୀନତା ଦିବସ

ହାଟଡିହୀ,୧୫ା୮(ସ୍ବ.ପ୍ର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ବ୍ଲକ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଗାୟତ୍ରୀ ସୋରେନ, ବ୍ଲକ ଅଧ୍ୟକ୍ଷା ସଞ୍ଜୁଲତା ବିଶ୍ୱାଳ, ଉପାଧ୍ୟକ୍ଷ ନରେନ୍ଦ୍ର ନାୟକ, ଜିଲା ପରିଷଦ ସଦସ୍ୟ ସୁରେନ୍ଦ୍ର ଜେନା, ସାମାଜିକ କର୍ମୀ କାମପାଳ ନାୟକ ପ୍ରମୁଖ ଉପସ୍ଥିତ ରହି ସ୍ବାଧୀନତା ଦିବସ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ। ବିଡିଓ ସୁଶାନ୍ତ କୁମାର ବାରିକ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ବରିଷ୍ଠ ବିଜେଡି ନେତା ବୁଦ୍ଧଦେବ ଜେନା, ଯୋଗେନ୍ଦ୍ର ବେହେରା, ଆପୋଲ ନାୟକ, ଭୀମସେନ ପେରେଇ, କହ୍ନେଇ ଓଝା, କୈଳାଶ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ପରେ ବିଧାୟକ ୬୫ ଜଣ ଭୂମିହୀନ ପରିବାରକୁ ଜମିପଟ୍ଟା ବଣ୍ଟନ ସହ ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ନୂତନ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ବ୍ଲକ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ହାଟଡିହୀ ବିକାଶ ମଞ୍ଚ ପକ୍ଷରୁ ନବ ନିର୍ମିତ କୋର୍ଟ ପରିସରରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ନିତ୍ୟାନନ୍ଦ ପହିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ବିଭିନ୍ନ ବିଭାଗରେ ପାରଦର୍ଶିତା ଲାଭ କରିଥିବା ୮ ଜଣ ବରିଷ୍ଠ ପ୍ରତିଭାଙ୍କୁ ମଞ୍ଚ ତରଫରୁ ସମ୍ବର୍ଦ୍ଧିତ କରଯାଇଥିଲା। ସ୍ଥାନୀୟ ସରସ୍ବତୀ ଶିଶୁମନ୍ଦିରଠାରେ ପରିଚାଳନା ପରିଷଦ ସଭାପତି ତୁଳସୀ ଗୋଲାମ ଦେବତା ଜାତୀୟ ପତାକା ଉତ୍ତୋଳନ କରିିଥିଲେ। ଚଣ୍ଡିବିରଞ୍ଚିପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ଆୟୋଜିତ ସ୍ବାଧୀନତା ଦିବସ ସମାରୋହକୁ ବିଦ୍ୟାଳୟ ପରିଚାଳନା ନିର୍ଦ୍ଦେଶକ ଉଦୟ ନାଥ କର ଉଦ୍‌ଘାଟନ କରିଥିଲେ। ଏଥିରେ ନରେନ୍ଦ୍ରନାଥ ଚାରିଟେବୁଲ ଟ୍ରଷ୍ଟର ପ୍ରତିଷ୍ଠାତା ନରେନ୍ଦ୍ର ନାଥ କର ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ସେହିପରି ହାଟଡିହୀ ପଞ୍ଚାୟତ କାର୍ଯ୍ୟାଳୟଠାରେ ସରପଞ୍ଚ ଅନସୁୟା ସେଠୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri