ହାଟପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୯।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନାଠାରୁ ପ୍ରାୟ ଶହେ ମିଟର ଦୂରରେ ଥିବା ହାଟପଡ଼ିଆରୁ ସୋମବାର ସକାଳେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଶରତ ମୁଣ୍ଡା(୩୦)। ତାଙ୍କ ଘର ଭଅଁରପୁର ପଞ୍ଚାୟତ ମଧ୍ୟପୁର ଗ୍ରାମରେ ବୋଲି ଜଣାପଡ଼ିଛି।
ଶରତ ରବିବାର କୌଣସି କାମରେ ହରିଚନ୍ଦନପୁର ଯାଇଥିଲେ। ତେବେ ଦେହ ଅସୁସ୍ଥ ହୋଇପଡ଼ିବାରୁ ସେ ହାଟପଡିଆରେ ବିଶ୍ରାମ ନେଇଥିଲେ। ସେଠାରେ ତାଙ୍କର ରକ୍ତବାନ୍ତି ହୋଇଥିଲା। ପରେ ହୃଦଘାତ୍‌ରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି । ହାଟପଡ଼ିଆରେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଯୁବକଙ୍କ ପକେଟରୁ ମୋବାଇଲ ଫୋନ୍‌ ବାହାରକରି ପରିବାର ଲୋକଙ୍କୁ ଜଣାଇଥିଲା। ପରିବାର ଲୋକଙ୍କ କହିବା ଅନୁସାରେ, ଗତ କିଛି ଦିନ ହେବ ତାଙ୍କ ଦେହ ଅସୁସ୍ଥ ଥିଲା। ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri