ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ

ଭାପୁର, ୨୯।୯(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଯୁବକ ଦ୍ୱୟ ହେଲେ ଅରୁଣ ପ୍ରଧାନ (୧୮), ରବୀନ୍ଦ୍ର ପ୍ରଧାନ (୧୮) ଅଛନ୍ତି। ନାବାଳକଙ୍କ ବୟସ ୧୩ ବର୍ଷ। ସମେସ୍ତ ଯାଜପୁର ରୋଡ୍‌ ଅଞ୍ଚଳର। ସେମାନେ ଆଠଗଡ଼ ବଜାରରେ ରହୁଥିବା ପଚରାଉଚୁରା ବେଳେ ପୋଲିସକୁ କହିଛନ୍ତି। ହେଲେ ସେମାନଙ୍କ ଉପରେ ସନ୍ଦେହ ସୃଷ୍ଟି ହୋଇଛି। ପୋଲିସ ସତ୍ୟାସତ୍ୟ ଜାଣିବାକୁ ଅଧିକ ତଦନ୍ତ ଜାରି ରଖିଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ସକାଳେ ହାଟ ସ୍ବାଭାବିକ ଚାଲିଥିଲା। ଏହି ସମୟରେ ଦୁଇଜଣ ଗ୍ରାହକଙ୍କ ପକେଟରୁ ଟଙ୍କା ଉଭାନ ହୋଇଯାଇଥିଲା। ଏହି ଘଟଣା ପରେ ସନ୍ଦେହ ଘେରକୁ ଆସିଥିଲେ କେତେଜଣ ସନ୍ଦିଗ୍ଧ। ସେମାନଙ୍କୁ କେତେଜଣ ଯୁବକ ପିଛା କରି କାବୁ କରିଥିଲେ। ଏହାପରେ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚି ପୋଲିସକୁ ହସ୍ତାନ୍ତର କରିଥିଲେ। ଅଭିଯୁକ୍ତଙ୍କ ନିକଟରୁ ଚୋରି ହୋଇଥିବା ଟଙ୍କା, ଏଟିଏମ୍‌ କାର୍ଡ ଜବତ କରାଯାଇଛି। କିଛିଦିନ ହେଲା ନୂଆହାଟ, ଭାପୁର ହାଟରୁ ଚୋରି ବଢ଼ିବାରେ ଲାଗିଥିଲା। ପୋଲିସ ୩ଜଣ ଅଭିଯୁକ୍ତଙ୍କ ଧରିବା ପରେ ଅଞ୍ଚଳବାସୀ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଅଭିଯୁକ୍ତଙ୍କୁ ପଚରାଉଚୁରା ପରେ କୋର୍ଟ ଚାଲାଣ କରାଯିବ ବୋଲି ଫାଣ୍ଡି ଅଧିକାରୀ ପ୍ରଶାନ୍ତ ପଢ଼ିହାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri