ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ

ଭାପୁର, ୨୯।୯(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଯୁବକ ଦ୍ୱୟ ହେଲେ ଅରୁଣ ପ୍ରଧାନ (୧୮), ରବୀନ୍ଦ୍ର ପ୍ରଧାନ (୧୮) ଅଛନ୍ତି। ନାବାଳକଙ୍କ ବୟସ ୧୩ ବର୍ଷ। ସମେସ୍ତ ଯାଜପୁର ରୋଡ୍‌ ଅଞ୍ଚଳର। ସେମାନେ ଆଠଗଡ଼ ବଜାରରେ ରହୁଥିବା ପଚରାଉଚୁରା ବେଳେ ପୋଲିସକୁ କହିଛନ୍ତି। ହେଲେ ସେମାନଙ୍କ ଉପରେ ସନ୍ଦେହ ସୃଷ୍ଟି ହୋଇଛି। ପୋଲିସ ସତ୍ୟାସତ୍ୟ ଜାଣିବାକୁ ଅଧିକ ତଦନ୍ତ ଜାରି ରଖିଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ସକାଳେ ହାଟ ସ୍ବାଭାବିକ ଚାଲିଥିଲା। ଏହି ସମୟରେ ଦୁଇଜଣ ଗ୍ରାହକଙ୍କ ପକେଟରୁ ଟଙ୍କା ଉଭାନ ହୋଇଯାଇଥିଲା। ଏହି ଘଟଣା ପରେ ସନ୍ଦେହ ଘେରକୁ ଆସିଥିଲେ କେତେଜଣ ସନ୍ଦିଗ୍ଧ। ସେମାନଙ୍କୁ କେତେଜଣ ଯୁବକ ପିଛା କରି କାବୁ କରିଥିଲେ। ଏହାପରେ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚି ପୋଲିସକୁ ହସ୍ତାନ୍ତର କରିଥିଲେ। ଅଭିଯୁକ୍ତଙ୍କ ନିକଟରୁ ଚୋରି ହୋଇଥିବା ଟଙ୍କା, ଏଟିଏମ୍‌ କାର୍ଡ ଜବତ କରାଯାଇଛି। କିଛିଦିନ ହେଲା ନୂଆହାଟ, ଭାପୁର ହାଟରୁ ଚୋରି ବଢ଼ିବାରେ ଲାଗିଥିଲା। ପୋଲିସ ୩ଜଣ ଅଭିଯୁକ୍ତଙ୍କ ଧରିବା ପରେ ଅଞ୍ଚଳବାସୀ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଅଭିଯୁକ୍ତଙ୍କୁ ପଚରାଉଚୁରା ପରେ କୋର୍ଟ ଚାଲାଣ କରାଯିବ ବୋଲି ଫାଣ୍ଡି ଅଧିକାରୀ ପ୍ରଶାନ୍ତ ପଢ଼ିହାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri