ହାଟରେ ଚାଲିଛି ଜୁଆଖେଳ

ଖଇରା, ୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ହରିପୁର ପଞ୍ଚାୟତ ଅଧୀନ ଦୋମୁହାଁଣି ହାଟରେ ଏବେ ଜୁଆଖେଳ ବ୍ୟାପକ ଆକାର ଧାରଣ କଲାଣି। ଜୁଆଖେଳ ସାଙ୍ଗକୁ ମହୁଲି ମଦର ଆସର ମଧ୍ୟ ଜମୁଛି। ହାଟ ପାଳି ମଙ୍ଗଳବାର ଓ ଶୁକ୍ରବାର ଓଡିଶାର ବିଭିନ୍ନ ଜିଲାରୁ ଲୋକଙ୍କ ସୁଅ ଛୁଟୁଛି। ଜୁଆରେ ଉଡିଯାଉଛି ଲକ୍ଷ ଲକ୍ଷ ଟଙ୍କା। ଶାରୀଶୁଆ ପାହାଡ ପାଦଦେଶରେ ଥିବା ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡିକରେ ଘରୋଇ ହିଂସା ବଢି ବଢି ଚାଲିଛି। ବହୁ କ୍ଷମତାଶାଳୀ ଲୋକ ଏଥିରେ ସମ୍ପୃକ୍ତ ଥିବାରୁ ପ୍ରଶାସନ ବନ୍ଦ କରିବାକୁ ସାହସ ଜୁଟାଇ ପାରୁନାହାନ୍ତି। ଉଦ୍‌ବେଗର ବିଷୟ ଯେ, ମହିଳା ଗୋଷ୍ଠୀଙ୍କୁ ଆମତ୍ନିର୍ଭରଶୀଳ ହେବାକୁ ସରକାର ଆର୍ଥତ୍କ ସହାୟତା ଦେଉଥିବା ବେଳେ ସେମାନଙ୍କ ମଧ୍ୟରୁ କେତେକ ଗୋଷ୍ଠୀ ଏହି ଅର୍ଥକୁ ଜୁଆଖେଳରେ ଲଗାଉଛନ୍ତି। ଏ ଦିଗରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହରିପୁର ପଞ୍ଚାୟତର ଶହ ଶହ ମହିଳା ଏସ୍‌ପିଙ୍କ ନିକଟରେ ଦାବି କରିଛନ୍ତି।
ଉକ୍ତ ହାଟ ବହୁତ ପୁରୁଣା ହାଟ। ଏଠାରେ ବନ୍ୟଜାତ ସାମଗ୍ରୀ ତଥା ପାହାଡ ତଳିଆ ଅଞ୍ଚଳରେ ଉପତ୍ାଦିତ ସାମଗ୍ରୀ ବିକ୍ରି ପାଇଁ ପ୍ରସିଦ୍ଧ ଥିଲା। ଏବେ ତାହା ଗୌଣ ହୋଇଯାଇଛି। ଜୁଆ ଖେଳ, ମହୁଲି ମଦ ବିକ୍ରି ପାଇଁ ଏହି ହାଟ ବାଲେଶ୍ୱର ସମେତ ଏହା ସଂଲଗ୍ନ ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲା ଲାଗି ପ୍ରମୁଖ ସ୍ଥଳ ପାଲଟିଛି। ୭ଟି ସ୍ଥାନରେ ଜୁଆ ଖେଳ ଚାଲିଥିବା ବେଳେ ସ୍ଥାନୀୟ ଗ୍ରାମବାସୀ ସମେତ ବିଭିନ୍ନ ଅଞ୍ଚଳରୁ ଶହ ଶହ ଲୋକ ସାମିଲ ହେଉଛନ୍ତି। ହାଟବାରିରେ ଶହ ଶହ ସଂଖ୍ୟାର ଦାମୀ ଗାଡି ହାଟରେ ଲାଗୁଛି। କେତେକ ତଳିଆ ପୋଲିସ କର୍ମଚାରୀ ମଧ୍ୟ ଏହି କାର୍ଯ୍ୟକୁ ପ୍ରୋତ୍ସାହିତ କରୁଥିବା ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଜୁଆଖେଳ ଓ ନିଶାସେବନ ଯୋଗୁ ୫ବର୍ଷ ମଧ୍ୟରେ ୧୫ରୁ ଊର୍ଦ୍ଧ୍ୱ ଆତ୍ମହତ୍ୟା, ଚୋରି, ହତ୍ୟା, ମଦମୃତ୍ୟୁ ଭଳି ଘଟଣା ଘଟିସାରିଲାଣି। କେବଳ ବର୍ତ୍ତନା ଆହ୍ଲାବାଦ ବ୍ୟାଙ୍କ ଓ କୁପାରୀ ଷ୍ଟେଟବ୍ୟାଙ୍କ ଶାଖାରୁ ୨ଥର ଚୋରି ଏହାର ଉଦାହରଣ ବୋଲି କୁହାଯାଇପାରେ। ସ୍ଥାନୀୟ ସରପଞ୍ଚ କହିଛନ୍ତି ଯେ, ଏଥିରେ ବହୁ ଅସାମାଜିକ ଯୁବକ ସାମିଲ ଥିବାରୁ ସିଧାସଳଖ ପଦକ୍ଷେପ ନେବା ସମ୍ଭବ ହେଉନାହିଁ। ଖୁବ ଶୀଘ୍ର ସେ ବନ୍ଦ ପାଇଁ ପୋଲିସର ସହାୟତା ନେବେ ବୋଲି କହିଛନ୍ତି। ଆଇଆଇସି ଲୋପାମୁଦ୍ରା ନାୟକଙ୍କୁ ପଚାରିବାରେ ଚଢାଉ ପାଇଁ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?