ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ ଏ ନେଇ ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଜଣେ ଦମ୍ପତିଙ୍କୁ ଉଦ୍ଧାର କରିବା ସହିତ ଦୁଇ ଜଣଙ୍କୁ ଅଟକ ରଖିଛି। ଦମ୍ପତିଙ୍କ ଘର କଟକ ଜିଲା ନରସିଂହପୁର ହୋଇଥିବା ବେଳେ ସେ ନୟାଗଡ଼କୁ ଗର୍ଭପାତ କରିବାକୁ ଆସିଥିଲେ। ସେହିଭଳି ଟାଉନ ଥାନାରେ ଅଟକ ଥିବା ଦୁଇଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ ଘର ନୟାଗଡ଼ ବ୍ଳକ ସରପଡ଼ା ଗ୍ରାମ ହୋଇଥିବା ବେଳେ ଅନ୍ୟ ଜଣଙ୍କ ଘର ନୂଆଗାଁ ବ୍ଳକ ଢେଙ୍କେଣା ଗ୍ରାମରେ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ଉକ୍ତ ଦମ୍ପତିଙ୍କ ୪ ବର୍ଷର ଯାଆଁଳା ଶିଶୁ କନ୍ୟା ଅଛି। ମହିଳା ଜଣଙ୍କ ଏବେ ୩ ମାସର ଗର୍ଭବତୀ ହୋଇଥିବା ବେଳେ ତାଙ୍କ ପେଟରେ କନ୍ୟା ସନ୍ତାନ ଥିବା ଜାଣିବାକୁ ପାଇଥିଲେ। ମହିଳା ଜଣଙ୍କ ନରସିଂହପୁର ଅଞ୍ଚଳର ଏକ ନର୍ସିଂ ହୋମ୍‌ରେ ଦେଖାଉଥିବା ବେଳେ ସେଠାରେ ଥିବା ଜଣେ ନର୍ସ ନୟାଗଡ଼ରେ ଗର୍ଭପାତ ହେଉଥିବାର ନେଇ ସୂଚନା ଦେଇଥିଲେ। ଫଳରେ ଦମ୍ପତି ଜଣଙ୍କ ଶନିବାର ନୟାଗଡ଼କୁ ଆସିଥିଲେ। ଉକ୍ତ କ୍ଲିନକ୍‌ର ନାମ ନ ଥିବା ବେଳେ କାଗଜପତ୍ରରେ ନୟାଗଡ଼ ଡାଇଗ୍ଲୋଷ୍ଟିକ୍‌ ଲେଖାଯାଇଛି। ଶନିବାର ମହିଳା ଜଣଙ୍କୁ ସେଠାରେ ଥିବା ବ୍ୟକ୍ତି ଜଣଙ୍କ ମେଡ଼ିସିନ୍‌ ଓ ଇଞ୍ଜେକସନ୍‌ ଦେଇ ସାରିଥିବା ବେଳେ ରାତ୍ର ୧୧ଟା ୩୦ରେ ନୟାଗଡ଼ ପୋଲିସ ଟିମ୍‌ ପହଁଞ୍ଚିଥିଲା। ପରେ ମହିଳା ଜଣଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚଢ଼ାଉରେ ନୟାଗଡ଼ ତହସିଲଦାର ମନୋରଂଜନ ସାହୁ, ଏଡ଼ିଏମ୍‌ଓ ସୁରେଶ କୁମାର ମିଶ୍ର ଉପସ୍ଥିତ ଥିଲେ। ସେହିଭଳି କ୍ଲିନିକ୍‌କୁ ସିଲ୍‌ କରାଯାଇଥିବା ତହସିଲଦାର ମନୋରଂଜନ ସାହୁ ସୂଚନା ଦେଇଥିଲେ।


ପ୍ରକାଶଯୋଗ୍ୟ, ପୂର୍ବରୁ ନୟାଗଡ଼ ଜିଲା କନ୍ୟାଭ୍ରୁଣ ହତ୍ୟା ନିନ୍ଦା ମୁଣ୍ଡାଇଥିବା ବେଳେ ଏହି ଘଟଣା ଜିଲାକୁ ଆହୁରି ନିନ୍ଦିତ କରି ଦେଇଛି। ସେହିଭଳି ଅଟକ ହୋଇଥିବା ଜଣେ ଯୁବକ ସେଠାରେ ବର୍ଷେ ହେଲାଣି ଏହିଭଳି ବେଆଇନ୍‌ ଗର୍ଭପାତ ହୋଇଥିବା ନେଇ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?