ବରଗଡ଼ ଅଫିସ୍,୩୧।୩-ବରଗଡ଼ ଟାଉନ ଥାନା ଅନ୍ତର୍ଗତ ବନ୍ଦା ଗ୍ରାମରେ ସୋମବାର ଭୋର୍ ପ୍ରାୟ ୫ଟାରେ ଏକ ବଡ଼ ଧରଣର ଲୁଟ୍ପାଟ୍ ହୋଇଥିବା ଅଭିଯୋଗ ହୋଇଛି । ଗ୍ରାମର ଗଙ୍ଗାରାମ ଦାଶଙ୍କ ହାତ, ଗୋଡ଼ ବାନ୍ଧି ୩ ଦୁର୍ବୃତ୍ତ ଘରେ ଥିବା ୩୦ ଭରି ସୁନା ଗହଣା, ଗୋଟିଏ ଜୁପିଟର୍ ସ୍କୁଟି, ମୋବାଇଲ ଆଦି ନେଇ ଯାଇଛନ୍ତି । ଏ ନେଇ ଗଙ୍ଗରାମ ପୋଲିସରେ ଅଭିଯୋଗ କରିବା ପରେ ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ସଦଳବଳେ ଅନୁସନ୍ଧାନୀ କୁକୁର, ସାଇଣ୍ଟିଫିକ୍ ଟିମ୍ ସହିତ ଘଟଣାସ୍ଥଳକୁ ପହଞ୍ଚି ଛାନଭିନ୍ କରିଥିଲେ । ମାତ୍ର ବର୍ତ୍ତମାନ ସୁଦ୍ଧା ଦୁର୍ବୃତ୍ତଙ୍କ ସମ୍ପର୍କରେ କିଛି ସୁରାକ୍ ମିଳିପାରି ନାହିଁ । ଏ ନେଇ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚାଲୁଥିବା ଟାଉନ ଥାନା ଆଇଆଇସି ପୂଜାହାରୀ କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ବରଗଡ଼ View All
ଆହ୍ବାନକାରୀ ଜେନ୍ ଜି ପ୍ରାର୍ଥୀ
ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…
ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା
କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…
ଜାଲ୍ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି
ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…
ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ
ତେହରାନ୍,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍ର…
ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…
ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍ଏସି ସତ୍ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…
ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍ ରିଜୁଭେନେଶନ ଆଣ୍ଡ୍ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…
କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ
ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…
‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା
ଓ୍ବାଶିଂଟନ୍,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…
Archives

