ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଥାନା ସୁନାଖଳା ଫାଣ୍ଡି ଅଧୀନ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ଧୂମାନାଳ ପୋଲ ତଳୁ ମଙ୍ଗଳବାର ଶିକୁଳିରେ ହାତଗୋଡ ବନ୍ଧା ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଏ ନେଇ ଥାନାରେ ୧୧୧/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଥିଲେ ହେଁ ଖବର ଲେଖାହେବା ପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ମୃତଦେହ ବ୍ୟବଚ୍ଛେଦ ପାଇଁ ରଣପୁର ଡାକ୍ତରଖାନାରେ ରଖାଯାଇଛି। ପ୍ରକାଶ ଯେ ମଙ୍ଗଳବାର ସକାଳେ ସ୍ଥାନୀୟ ଲୋକମାନେ ରାସ୍ତାପାର୍ଶ୍ୱ ପୋଲତଳେ ହାତ ଗୋଡ ବନ୍ଧା ହୋଇ ଉଲଗ୍ନ ଅବସ୍ଥାରେ ମୃତଦେହ ପଡିଥିବା ଦେଖିଥିଲେ। ଶରୀରର ବିଭିନ୍ନ ଅଂଶ କ୍ଷତ ବିକ୍ଷତ ହୋଇଥିଲା ବେଳେ ତଳି ପେଟର କିଛି ଅଂଶକୁ କୁକୁରମାନେ ଖାଉଥିବା ଦେଖି ସେମାନେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ପରିଚୟ ଖୋଜିଥିଲେ ମଧ୍ୟ ପାଇପାରି ନ ଥିଲା।
ପେନସନ୍ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ
ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍ କରାଇ ଦେବାକୁ ଲାଞ୍ଚ ନେଉଥିବା…
ଓଲଟିଲା ଟୁରିଷ୍ଟ ବସ୍: ଚାଲିଗଲା ୫ ଜୀବନ
ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…
ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…
ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…
ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ
ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…
ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ
ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…
ବିଳମ୍ବିତ ରାତିରେ ଘରେ ପଶିଗଲା ଆମ୍ବୁଲାନ୍ସ
ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…
ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ
ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…
ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍ ଅଫିସ୍ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ
ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ…
Archives

