‘ହାତପାଆନ୍ତାରେ ସହାୟତା ପହଞ୍ଚାଇବାକୁ ପ୍ରାଥମିକତା’

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟର ୧୯,୦୫୯ ପରିବାରର ୫୧,୭୭୬ ଜଣଙ୍କୁ ଗତ ମାର୍ଚ୍ଚ ୨୧ରୁ ଏପ୍ରିଲ ୧୧ ତାରିଖ ମଧ୍ୟରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ସେହିଭଳି ଯୋଗ୍ୟ ହିତାଧିକାରୀ ଚୟନ କରାଯାଇ ଅନ୍ତର୍ଭୁକ୍ତ କରାଯିବା ପ୍ରକ୍ରିୟା ଜାରି ରହିଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ରାଜ୍ୟ ପକ୍ଷରୁ ୫.୬୫ ଲକ୍ଷ ମେଟ୍ରିକ ଟନ୍‌ ପରିମାଣର ଶସ୍ୟ(ଚାଉଳ ଏବଂ ଗହମ) ଯୋଗାଇ ଦିଆଗଲାଣି। ଏପ୍ରିଲ, ମେ ଏବଂ ଜୁନ୍‌ ମାସ ବାବଦକୁ ହିତାଧିକାରୀ ଏହି ସହାୟତା ପ୍ରଦାନ କରାଯାଇଥିବା ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।
ସେହିଭଳି ଗ୍ରାମୀଣ ଓଡ଼ିଶାରେ ଅବିରତ ରନ୍ଧାଖାଦ୍ୟ ମାଗଣାରେ ବଣ୍ଟନ ଜାରି ରହିଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ରବିବାର ଅପରାହ୍ନ ୨ଟା ସୁଦ୍ଧା ୩୧୪ ବ୍ଲକର ୬୭୯୮ ଗ୍ରାମପଞ୍ଚାୟତ ମଧ୍ୟରୁ ୫୪୭୬ ପଞ୍ଚାୟତରେ ମାଗଣା ଖାଦ୍ୟ ବଣ୍ଟନ କରାଯାଇଛି। ୩,୪୧,୮୭୯ ଜଣଙ୍କୁ ଏହି ରନ୍ଧାଖାଦ୍ୟ ପ୍ରଦାନ ପ୍ରସ୍ତୁତି ଏବଂ ପ୍ରଦାନ କରିଥିବା ଜଣାପଡିଛି। ଆରମ୍ଭରୁ ଏଯାବତ୍‌ ୪୧,୮୫,୬୩୭ ଲୋକ ଏହି ଖାଦ୍ୟ ଖାଇଥିବା ଜଣାପଡ଼ିଛି। ରାଜ୍ୟର ୭୧୫୬ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜିି) ଏଥିରେ ନିୟୋଜିତ ଅଛନ୍ତି। ବିଭିନ୍ନ ରାଜ୍ୟରୁ ଆସି ଓଡ଼ିଶାରେ ଫସିଥିବା ଶ୍ରମିକମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହି ଶ୍ରମିକମାନେ ମୁଖ୍ୟତଃ ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଏବଂ ଛତିଶଗଡର। ୨୫୫୩ଟି ଶିବିର କରାଯାଇ ୭୭,୦୦୦ ଜଣ ଅନ୍ୟ ରାଜ୍ୟର ଶ୍ରମିକଙ୍କୁ ଖାଦ୍ୟ ଏବଂ ରହିବା ପାଇଁ ବ୍ୟବସ୍ଥା କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri