ହାତପାଣ୍ଠିରୁ ସଦର ବିଧାୟକ ଦେଲେ ୫୦ ଲକ୍ଷ

ବାଲେଶ୍ୱର ଅଫିସ, ୩।୫-ମହାମାରୀ କରୋନାକୁ ମୁକାବିଲା କରିବା ଲାଗି ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ହାତପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଏହି ଅନୁଦାନ ଜିଲାପାଳଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ବିଧାୟକ ଦତ୍ତ ଏହା ପୂର୍ବରୁ ୩ ଲକ୍ଷ ଟଙ୍କା ସହାୟତା ଦେଇଥିଲେ।
ଗତ ଦୁଇ ଦିନ ପୂର୍ବରୁ କରୋନା ମୁକାବିଲା ସମ୍ପର୍କିତ ସମୀକ୍ଷା ବୈଠକରେ ଜିଲାପାଳ, ବାଲେଶ୍ୱର ପୌରପାଳିକା ନିର୍ବାହୀ ଅଧିକାରୀ ଓ ସଦର ବିଡ଼ିଓଙ୍କ ସହ ସଦର ବିଧାୟକ ଆଲୋଚନା କରିଥିଲେ। ଶନିବାର ବିଧାୟକ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ମାଧ୍ୟମରେ ୫୦ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ପୌରପାଳିକା ଜରିଆରେ ସହରରେ ମହାମାରୀକୁ ପ୍ରତିହତ କରିବା ପାଇଁ ୧୦ଲକ୍ଷ ଟଙ୍କା, ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଜରିଆରେ ପଞ୍ଚାୟତ ଅଞ୍ଚଳ ପାଇଁ ୧୦ଲକ୍ଷ ଟଙ୍କା ଓ ସମସ୍ତ ଆଇସୋଲେଶନ ସେଣ୍ଟରରେ ଉଜ୍ୱଳ ଆଲୋକ ବ୍ୟବସ୍ଥା ପାଇଁ ୩୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସଦର ବ୍ଲକ ପଞ୍ଚାୟତ ଅଞ୍ଚଳରେ ପ୍ରବାସୀଙ୍କ ସୁରକ୍ଷା, ସ୍ବାସ୍ଥ୍ୟକର୍ମୀମାନଙ୍କ ପାଇଁ କିଟ୍‌, ମାସ୍କ ଓ ସ୍କ୍ରିନିଂ ବ୍ୟବସ୍ଥା ପାଇଁ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ଅନୁଦାନ ବିନିଯୋଗ କରାଯିବ। ଏହାସହ ସହରର ଗହଳି ସ୍ଥାନ ଓ ସଂକ୍ରମଣ ଆଶଙ୍କା ଥିବା ସ୍ଥାନରେ ସାନିଟାଇଜ ଟନେଲ ଲଗାଇବା ପାଇଁ ବିଧାୟକ ଆଗ୍ରହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri