ହାତିଆଗଣ୍ଡ ଅଙ୍ଗନୱାଡି କେନ୍ଦ୍ରରେ ତାଲା

ରେମୁଣା, ୨୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ପତ୍ରିପାଳ ପଞ୍ଚାୟତ ହାତିଆଗଣ୍ଡ ଅଙ୍ଗନୱାଡ଼ି କେନ୍ଦ୍ରରେ ବର୍ଷେ ହେବ ତାଲା ଝୁଲୁଛି। କୋମଳମତି ଶିଶୁଙ୍କୁ ବାରଣ୍ଡାରେ ପାଠପଢା ଯାଉଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନାହଁି। ସରକାରଙ୍କ ଆମ ଅଙ୍ଗନୱାଡ଼ି ଯୋଜନା ଏଠି ଫେଲ୍‌ ମାରିଛି। ବାରଣ୍ଡାରେ କୋମଳମତି ଶିଶୁଙ୍କ ଭବିଷ୍ୟତ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି।
୨୦ରୁ ଊର୍ଦ୍ଧ୍ୱ ପିଲା ଏହି କେନ୍ଦ୍ରରେ ଅଧ୍ୟୟନ କରନ୍ତି। କେନ୍ଦ୍ରରେ ତାଲା ପଡିଥିବାରୁ ଏବେ ଅଧାରୁ କମ୍‌ ପିଲା ପଢ଼ିବାକୁ ଆସୁଛନ୍ତି ବୋଲି ପତ୍ରିପାଳ ସେଣ୍ଟର ସୁପରଭାଇଜର ଚମ୍ପାରାଣୀ ମହାନ୍ତି କହିଛନ୍ତି। ପୁଷ୍ଟିସାର ଅଭାବ ପୂରଣ ପାଇଁ ସପ୍ତାହରେ ଦୁଇଦିନ ପିଲାଙ୍କୁ ଅଣ୍ଡା ପ୍ରଦାନ କରାଯିବା କଥା। ହେଲେ ସେମାନେ ଅଣ୍ଡା ପାଉନାହାନ୍ତି କି ଅନ୍ୟ ଖାଦ୍ୟ ମଧ୍ୟ ପାଉ ନ ଥିବା ଅଙ୍ଗନୱାଡ଼ି କର୍ମୀ ରୀତାଞ୍ଜଳି ଦାସ କହିଛନ୍ତି। କେନ୍ଦ୍ରରେ ତାଲା ଝୁଲୁଥିବା, ଦରମା ମିଳୁ ନ ଥିବା, ପିଲାଙ୍କୁ ଖାଦ୍ୟ ମିଳୁ ନ ଥିବା ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇବା ପରେ ବି କୌଣସି ପଦକ୍ଷେପ ନିଆଯାଉ ନ ଥିବା ସେ କହିଛନ୍ତି। ଭାରପ୍ରାପ୍ତ ସିଡିପିଓ ସବିତା ରାଉତ କହିଛନ୍ତି ଯେ, ସହାୟିକା ନିଯୁକ୍ତି ନେଇ କେନ୍ଦ୍ରରେ ତାଲା ପକାଯାଇଛି। ପୂର୍ବତନ ସିଡ଼ିପିଓଙ୍କ ସମୟରେ ସେଠାରେ ସହାୟିକା ଭାବେ ଅନସୂୟା ଦାସଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହାକୁ କିଛି ଲୋକ ବିରୋଧ କରି କେନ୍ଦ୍ରରେ ତାଲା ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri