ହାତୀ ଆକ୍ରମଣରେ ଗୁରୁତର ଯୁବକଙ୍କ ମୃତ୍ୟୁ: ମୃତଦେହ ରଖି ଗ୍ରାମବାସୀଙ୍କ ଧାରଣା

ସଜନାଗଡ, ୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡ଼ିହା ପାଦଦେଶ ଗରଡ଼ିହି ପଞ୍ଚାୟତ ଅଧୀନ ଟିକାକଟା ଚାଇନ୍ଦର ଗ୍ରାମ ୧୨ନମ୍ବର ୱାର୍ଡ଼ର ୱାର୍ଡ଼ମେମ୍ବର ସୁଦାମ ସିଂ (୩୫) ଗତ ୧୫ ତାରିଖରେ ଛେଳି ନେଇ ଜଙ୍ଗଲରୁ ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନୀଳଗିରି ମେଡ଼ିକାଲ ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ସୁଦାମଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଗତ ୧୯ତାରିଖରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଦୀର୍ଘ ୧୧ଦିନ ଧରି ବିଭିନ୍ନ ମେଡ଼ିକାଲରେ ଚିକିତ୍ସାଧୀନ ସମୟରେ ବନବିଭାଗ ପକ୍ଷରୁ କୌଣସି ସହାୟତା ଦିଆଯାଇ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଗୁରୁବାର ବିଳମ୍ବିତ ରାତିରେ ସୁଦାମଙ୍କ କଟକ ବଡ ମେଡିକାଲରେ ମୃତ୍ୟୁ ହୋଇଛି। ଶୁକ୍ରବାର ଅପରାହ୍ନରେ ଶତାଧିକ ଗ୍ରାମବାସୀ କଟକ ମେଡ଼ିକାଲରୁ ମୃତଦେହକୁ ଆଣି କୁଲଡ଼ିହା ଅଫିସ୍‌ ଆଗରେ ରଖି କ୍ଷତିପୂରଣ ଦାବିରେ ଧାରଣାରେ ବସିଥିଲେ। ରେଞ୍ଜର ଘଟଣାସ୍ଥଳକୁ ଆସି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଗ୍ରାମବାସୀ ଲିଖିତ ପ୍ରତିଶ୍ରୁତି ଦାବିରେ ଅଡ଼ି ବସିଥିଲେ। ଲିଖିତ ପ୍ରତିଶ୍ରୁତି ଦିଆଯିବା ପରେ ଧାରଣା ହଟିଥିଲା। ଧାରଣାରେ ଯୁଗାନନ୍ଦ ଦାସ, ଜ୍ୟୋତିର୍ମୟ ରାଉତ, ଭାଗୀରଥି ସିଂ, ସୁରେଶ ନାୟକ, ଉପେନ୍ଦ୍ର ଦାସ, ରଥ ସିଂ, ବୈଦ୍ୟନାଥ ସିଂ, ସୁରେନ୍ଦ୍ର ଖିଲାର, ରାଜେଶ ନାୟକଙ୍କ ସହ ୧ ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri