ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ ଜଗିବା ପାଇଁ ଚାଷୀ ଲାଛେୟା ଏବଂ ନୂଆ ସାହିର କେ. ଅରକ୍ଷିତ ପାତ୍ର ଯାଇଥିଲେ। ସେ ଦୁହେଁ ଧାନ ଖଳାରେ ଶୋଇଥିଲେ। ଶବ୍ଦ ଶୁଣି ଉଭୟେ ନିଦରୁ ଉଠିଥିଲେ। ଖଳା ଭିତରକୁ ଷଣ୍ଢ ଆସି ଅମଳ ଧାନ ଖାଉଥିବା ଆଶଙ୍କା କରି ଟର୍ଚ୍ଚ ଲାଇଟ ଓ କଣ୍ଟି ବାଡି ଧରି ଘଉଡ଼ାଇବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଥିଲେ। ଲାଛେୟାଙ୍କୁ ହାତୀ ଶୁଣ୍ଢରେ ଟେକି ଛେଚି ଦେବାରୁ ଘଟଣାସ୍ଥଳରେ ସେ ଅଚେତ ହୋଇ ପଡ଼ିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ବନବିଭାଗ ରେଞ୍ଜର ପ୍ରମୋଦ କୁମାର ଖଡଗରାୟ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ସବିଶେଷ ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି। ଦିଗପହଣ୍ଡି ଥାନା ଅଧିକାରୀ ବସନ୍ତ କୁମାର ସେଠୀ ସଦଳବଳେ ପହଞ୍ଚି ମୃତଦେହ ଜବତ କରିବାସହ ୟୁ.ଡି କେଶ ନଂ ୨/୨୦ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛନ୍ତି। ଗତ ୪ ଦିନ ହେଲା ଚାଂଗୁଡି ଦେଇ ସଂରକ୍ଷିତ ଜଙ୍ଗଲରୁ ହାତୀ ଖାଦ୍ୟ ଅନେୱଷଣରେ ଆଖପାଖ ଜନବସତିକୁ ମାଡି ଆସୁଛନ୍ତି। ଶନିବାର ନନ୍ଦ ଗାଁରେ ହାତୀ ବହୁ ସଂଖ୍ୟକ ଚାଷୀଙ୍କ ଖଳାରେ ପଶି ଅମଳ ଧାନ ଖାଇଦେବା ସହ ଧାନ ନଷ୍ଟ କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri