ହାତୀ ଆକ୍ରମଣରେ ଚାଷୀ ମୃତ: କ୍ଷତିପୂରଣ ଦାବି

ଲୋଇସିଂହା,୧୬।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ବନଖଣ୍ଡ ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଧଉଁରାଦାଦର ଗାଁରେ ହାତୀ ଆକ୍ରମଣରେ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ରୀରାମ ବିଶାଳ (୪୫)।
ସୂଚନାଯୋଗ୍ୟ, ଶ୍ରୀରାମ ଗ୍ରାମ ନିକଟ ଚାଷଜମିକୁ ଶୁକ୍ରବାର ରାତିରେ ଜଗିବାକୁ ଯାଇ ଶନିବାର ସକାଳେ ଘରକୁ ଫେରୁଥିଲେ। ଏହି ସମୟରେ ହଠାତ୍‌ ହାତୀର ସମ୍ମୁଖୀନ ହୋଇଥିଲେ। ହାତୀ ଆକ୍ରମଣରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଗ୍ରାମର ଅନ୍ୟ ଚାଷୀ ସକାଳୁ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ଜାଣି ବନ ବିଭାଗକୁ ଜଣାଇଥିଲେ। ବନ ବିଭାଗ ଅଧିକାରୀ ଓ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଉତ୍ତ୍ୟକ୍ତ ଲୋକେ ଶ୍ରୀରାମଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ପାଟିତୁଣ୍ଡ କରିଥିଲେ। ସରକାରୀ ନିୟମ ଅନୁଯାୟୀ ସହାୟତା ପ୍ରତିଶ୍ରୁତି ମିଳିବା ପରେ ଲୋକେ ଶାନ୍ତ ହୋଇଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ ଲାଗି ବଲାଙ୍ଗୀର ମେଡିକାଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri