ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ

ଛେଣ୍ଡିପଦା,୨୦।୬(ଡି.ଏନ୍‌.ଏ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ପାତ୍ରପଡା ଗଁା ନିକଟରେ ଗୁରୁବାର ସକାଳେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ ବୃଦ୍ଧ ହେଲେ ପାତ୍ରପଡା ଦଳିତ ସାହି ଗାଁର ବନ୍ଧୁଆ ନାଏକ(୬୫)। ସକାଳେ ସେ ଶୌଚ ହେବା ପାଇଁ ମାଦେଳିଆ ନାଳକୁ ଯାଇଥିବା ବେଳେ ଗୋଠଛଡା ହୋଇଥିବା ଏକ ଛୋଟ ହାତୀ ହାବୁଡରେ ପଡ଼ିଯାଇଥିଲେ। ହଠାତ ଛୋଟ ହାତୀଟି ତାଙ୍କ ଉପରକୁ ଆକ୍ରମଣ କରିଥିଲା। ଫଳରେ ତାଙ୍କର ଛାତି, ଅଣ୍ଟା ଓ ମୁଣ୍ଡରେ ଗଭୀର ଆଘାତ ଲାଗଛି। ସେ ଚିତ୍କାର କରିବାରୁ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବା ସହ ହାତୀକୁ ଘଉଡ଼ାଇଥିଲେ। ଏହାପରେ ଆହତ ବୃଦ୍ଧଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଖବରପାଇ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅଫିସର ଓ ଜଙ୍ଗଲ ବିଭାଗ କର୍ମଚାରୀମାନେ ପହଞ୍ଚି ଉପରୋକ୍ତ ଘଟଣାର ତଦନ୍ତ ଜାରି ରଖିବା ସହ ଆହତ ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ସମସ୍ତ ସହାୟତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri