ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କଣ୍ଟାବାଞ୍ଜି,୨୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜ ଅଧିନ ପଖନମୁଣ୍ଡା ଗାଁରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଗତରାମ ବଗର୍ତ୍ତୀଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ଗାଁର ଲଛମନ ମାଝି(୫୫)। ସେ ଶୌଚ କରି ଘରକୁ ଫେରିବା ବେଳେ ଗାଁ ନିକଟ ସଂରକ୍ଷିତ ଜଙ୍ଗଲରୁ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଏହାର କିଛି ସମୟ ପରେ ସେହି ଗାଁର ଜଗତରାମଙ୍କୁ ତାଙ୍କ ଘର ସାମ୍ନାରେ ପରିସ୍ରା କରିବା ବେଳେ ଅନ୍ୟ ଏକ ହାତୀ ଆକ୍ରମଣ କରିଥିଲା। ଏଥିରେ ସେ ଗୁରୁତର ହୋଇଛନ୍ତି। ଖବର ପାଇ କଣ୍ଟାବାଞ୍ଜି ରେଞ୍ଜ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଅଧିକ ଅନୁସନ୍ଧାନ କରିଥିଲେ। ଶନିବାର ସକାଳୁ ଲଛମନଙ୍କ ମୃତଦେହ କଣ୍ଟାବାଞ୍ଜି ଡାକ୍ତରଖାନାରେ ବ୍ୟବଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri