ହାତୀ ଆକ୍ରମଣରେ ନାବାଳକ ଗୁରୁତର

କେନ୍ଦୁଝର,୧୮।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ସଦର ରେଞ୍ଜ ଉପରକୁସୁମିତା କସିରା ସାହିରେ ବୁଧବାର ରାତିରେ ଏକ ଦନ୍ତାହାତୀ ଜଣେ ନାବାଳକଙ୍କୁ ଶୁଣ୍ଢରେ କଚାଡ଼ି ଗୁରୁତର କରିଛି। କସିରା ସାହିର ରାୟନ ମୁଣ୍ଡା (୧୩) ମାତାପିତା ଓ ଅନ୍ୟ ଭାଇଙ୍କ ସହିତ ରାତିରେ ଶୋଇଥିବା ସମୟରେ ଦନ୍ତା ଚାଉଳ ଖାଇବା ପାଇଁ ଘରେ ପଶିଥିଲା। ଘରର ସମସ୍ତେ ବାହାରକୁ ଦୌଡ଼ି ପଳାଇ ଯାଇଥିଲେ ହେଁ ହାତୀଟି ରାୟନଙ୍କୁ ଶୁଣ୍ଢରେ ଧରି କଚାଡ଼ି ଦେଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ରାତି ୧୨ଟାରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ବନ ବିଭାଗ ତାଙ୍କୁ କଟକ ପଠାଇ ଦେଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଦୀର୍ଘ ଦୁଇମାସ ହେବ ଗୋଠଛଡ଼ା ଦନ୍ତା କେନ୍ଦୁଝର ବନଖଣ୍ଡର ସଦର ଓ ଚମ୍ପୁଆ ରେଞ୍ଜର ସୀମା ଅଞ୍ଚଳରେ ଥିବା କୁସୁମିତା, ଶଙ୍କିରୀ, ଜମିରଡିହି, ଫୁଲଝର, ବଳଭଦ୍ରପୁର, ରଙ୍ଗାମାଟିଆ, ବିରିନ୍ଦା, ଦଅଁଳା, କାଶିଆ, ଅନ୍ଧାରୀଖମଣ, କେନ୍ଦୁଘାଟି ଆଦି ଗାଁରେ ଉପଦ୍ରବ କରି ଆସୁଥିବାରୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସେହିପରି ଅଲେଖ ପ୍ରଧାନ, କୀର୍ତ୍ତନ ଦେହୁରୀଙ୍କ ଘରୁ ଧାନଚାଉଳ ଖାଇ ନଷ୍ଟ କରିଦେଇଛି। ବନବିଭାଗ ରାତିରେ ପହଞ୍ଚିଥିଲେ ହେଁ ଦନ୍ତା ଘଉଡ଼ାଇବାରେ ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri