ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କର୍ଣ୍ଣପାଳ ଗ୍ରାମ କଦମ୍ବଘାଟ ସାହିର ନୂଆଦେଇ ମାଝି (୬୧) ରବିବାର ସକାଳେ ଘରଠାରୁ ୫୦୦ମିଟର ଦୂର ଆଉଁଳି ନଦୀରୁ ଗାଧୋଇ ଫେରୁଥିବାବେଳେ ତାଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରିଥିଲା। ଫଳରେ ସେ ଘଟଣାସ୍ଥଳରେ ପଡ଼ି ଚିତ୍କାର କରିଥିଲେ। ଚିତ୍କାର ଶୁଣି ଗ୍ରାମବାସୀ ଆସି ହାତୀ ଘଉଡ଼ାଇବାରୁ ନିକଟସ୍ଥ ରଙ୍ଗମାଟିଆ ଜଙ୍ଗକୁ ପଳାଇଯାଇଥିଲା। ପରିବାର ଲୋକେ ଓ ଗ୍ରାମବାସୀ ନୂଆଦେଇଙ୍କୁ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କର ଡାହାଣ ଗୋଡ଼ରେ ଆଘାତ ଲାଗିଥିବାବେଳେ ଛାତିରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଖବର ପାଇ ବନବିଭାଗ ଚିକିତ୍ସାଳୟରେ ପହଞ୍ଚି ସହଯୋଗ କରିଛି। ହାତୀଟି ଗୋଠଛଡ଼ା ହୋଇ ଏକୁଟିଆ ବୁଲିବା ସହିତ ଗାଁମୁହାଁ ହେଉଛି। ସକାଳେ ଓ ସନ୍ଧ୍ୟାରେ ଜଙ୍ଗଲ ଆଡକୁ ନ ଯିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ବନବିଭାଗ ପକ୍ଷରୁ ସଚେତନ କରାଯାଉଛି। ମାତ୍ର ଲୋକେ ଏହାକୁ ମାନୁ ନ ଥିବାରୁ ହାତୀ ସହିତ ମୁହାଁମୁହିଁ ହେଉଥିବା ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri