ହାତୀ ଆକ୍ରମଣରେ ବୃଦ୍ଧ ମୃତ

ତାଳଚେର,୨୨।୬(ନି.ପ୍ର.) – ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଗୁରୁବାରଠାରୁ ସେ ନିଖୋଜ ଥିଲେ। ଶୁକ୍ରବାର ତାଙ୍କ ମୃତଦେହ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରାଯିବା ପରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି। ଖବରପାଇ କଣିହାଁ ରେଞ୍ଜର ପ୍ରତାପ ରାଉଳ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଗୁରୁବାର ସେହି ଗ୍ରାମର ଦେବରାଜ ସାମଲ(୫୩)ଙ୍କ ମଧ୍ୟ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିଲା। ତେଣୁ ଗୋଟିଏ ଦିନରେ ଏପରି ୨ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ସରକାରୀ ନିୟମ ଅନୁଯାୟୀ ମୃତକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ବନ ବିଭାଗ ଅଧିକାରୀମାନେ ପ୍ରତିଶ୍ରୁତି ଦେବାପରେ ସୁଧାକରଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପାଲଲହଡ଼ା ଉପଖଣ୍ଡ ଡାକ୍ତରଖାନାକୁ ପଠାଯାଇଥିଲା। ଏ ସଂକ୍ରାନ୍ତରେ ରେଙ୍ଗାଳି ଥାନାରେ ନଂ. ୧/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri