ହାତୀ ଆକ୍ରମଣରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ୨ ଘଣ୍ଟା ରାସ୍ତାରୋକୋ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ଶାଳୁଆ ଛକ ନିକଟରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋଦରବିଲି ଗ୍ରାମର ହୃଦାନନ୍ଦ ମଲ୍ଲିକ (୭୦)। ସେ ସକାଳେ ଶୌଚ ହେବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଏହି ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ବାସିନ୍ଦା ଢେଙ୍କାନାଳ-କାମାକ୍ଷାନଗର ରାସ୍ତାର ଶାଳୁଆ ଛକ ନିକଟରେ ୨ ଘଣ୍ଟା ଧରି ରାସ୍ତାରୋକୋ କରିଥିଲେ। ପୂର୍ବାଞ୍ଚଳ ରେଞ୍ଜ ଅଧିକାରୀ ବିଭୁଦାନନ୍ଦ ମିଶ୍ର, କୋଟଗରା ସରପଞ୍ଚ ଲଳିତ ସାହୁ, ଫାଣ୍ଡି ପୋଲିସ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ବନ ବିଭାଗ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ମୃତକଙ୍କ ପରିବାରକୁ ସହାୟତା ସ୍ବରୂପ ୪୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଆବଶ୍ୟକ କାଗଜପତ୍ର ଦାଖଲ ପରେ ଅବଶିଷ୍ଟ ସହାୟତା ପ୍ରଦାନ କରାଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି।

୧୫ଦିନ ମଧ୍ୟରେ ହାତୀ ଚଲାପଥରେ ସୂଚନା ଫଳକ ଲଗାଇବା, ଖଟୁଆହତା ଫରେଷ୍ଟ ବିଟ୍‌କୁ ଗାଡ଼ି ଯୋଗାଇବା, ହାତୀସ୍କ୍ବାଡ୍‌ ନିଯୁକ୍ତି କରିବା, ସରପଞ୍ଚଙ୍କ ଜରିଆରେ ପଞ୍ଚାୟତର ପ୍ରତି ଗ୍ରାମକୁ ୭ଦିନ ମଧ୍ୟରେ ଟର୍ଚ୍ଚ ଲାଇଟ୍‌ ପ୍ରଦାନ, ଧନଜୀବନ ସୁରକ୍ଷା ପାଇଁ ନିୟମିତ ପାଟ୍ରୋଲିଂ, ହାତୀ ଗତିବିଧି ଉପରେ ନଜର ରଖିବାକୁ ପ୍ରତି ଗ୍ରାମରେ ୫ ଜଣିଆ କମିଟି ଗଠନ କରାଯିବ ବୋଲି ବନ ବିଭାଗ ପକ୍ଷରୁ ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା। ଏହାପରେ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଯାଇଥିଲା। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?