ହାତୀ ଆକ୍ରମଣରେ ବୃଦ୍ଧ ମୃତ

ତାଳଚେର,୨୨।୬(ନି.ପ୍ର.) – ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଗୁରୁବାରଠାରୁ ସେ ନିଖୋଜ ଥିଲେ। ଶୁକ୍ରବାର ତାଙ୍କ ମୃତଦେହ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରାଯିବା ପରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି। ଖବରପାଇ କଣିହାଁ ରେଞ୍ଜର ପ୍ରତାପ ରାଉଳ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଗୁରୁବାର ସେହି ଗ୍ରାମର ଦେବରାଜ ସାମଲ(୫୩)ଙ୍କ ମଧ୍ୟ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିଲା। ତେଣୁ ଗୋଟିଏ ଦିନରେ ଏପରି ୨ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ସରକାରୀ ନିୟମ ଅନୁଯାୟୀ ମୃତକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ବନ ବିଭାଗ ଅଧିକାରୀମାନେ ପ୍ରତିଶ୍ରୁତି ଦେବାପରେ ସୁଧାକରଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପାଲଲହଡ଼ା ଉପଖଣ୍ଡ ଡାକ୍ତରଖାନାକୁ ପଠାଯାଇଥିଲା। ଏ ସଂକ୍ରାନ୍ତରେ ରେଙ୍ଗାଳି ଥାନାରେ ନଂ. ୧/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?