ହାତୀ ଆକ୍ରମଣରେ ମହିଳା ମୃତ

ଢେଙ୍କାନାଳ ଅଫିସ,୧୯ା୭-ଢେଙ୍କାନାଳ ଜିଲା ସଦର ଥାନା ଝାରଗାଡିଆ ଫାଣ୍ଡି କାଉଁରିଆପାଳ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଉର୍ମିଳା ନାଏକ(୪୦)ଙ୍କ ମୃତ୍ୟୁ ଘଟିଛି। ସେ ଶୌଚ ପାଇଁ ଜଙ୍ଗଲକୁ ଯାଇଥିବାବେଳେ ହାତୀ ହାବୁଡରେ ପଡିଯାଇଥିଲେ। ହାତୀ ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ଖବରପାଇ ଜିଲା ବନଖଣ୍ଡ ଅଧିକାରୀ ସୁଦର୍ଶନ ପାତ୍ର, ସଦର ରେଞ୍ଜର ମନାୱର ଖାଁ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ଅଞ୍ଚଳରେ ବିଟ୍‌ ହାଉସ କାର୍ଯ୍ୟକ୍ଷମ କରିବା, ମୃତ ମହିଳାଙ୍କ ସ୍ବାମୀଙ୍କୁ ନିଯୁକ୍ତି, ଗ୍ରାମ ରାସ୍ତାରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ସହିତ କ୍ଷତିପୂରଣ ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଥିଲେ। ଏସବୁ ଦାବି ଗୁଡ଼ିକୁ ପୂରଣ କରାଯିବ ବୋଲି ଜିଲା ବନଖଣ୍ଡ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ। ଏଥିସହିତ ପ୍ରଥମ ପର୍ଯ୍ୟାୟରେ ମୃତକଙ୍କ ପରିବାରକୁ ୪୦ହଜାର ଟଙ୍କା ପ୍ରଦାନ କରାଯିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ଏ ସଂକ୍ରାନ୍ତରେ ଝାରଗାଡିଆ ଫାଣ୍ଡିରେ କେସ୍‌ ନଂ. ୩୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri